ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ପୁରୀ ଜିଲ୍ଲାପାଳ, ରଖିଲେ ପରିକ୍ରମା ପ୍ରକଳ୍ପର ସମ୍ପୂର୍ଣ୍ଣ ତଥ୍ୟ
  • ||
  • ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ : ଅଖ ଚକ ଡେରା ନୀତି ସଂପନ୍ନ
  • ||
  • କୁତବ ମୀନାର ପରିସରରେ ଖନନ ସହ ଆଇକନୋଗ୍ରାଫି କରିବାକୁ ଏଏସ୍‌ଆଇକୁ ସଂସ୍କୃତି ମନ୍ତ୍ରାଳୟର ନିର୍ଦ୍ଦେଶ
  • ||
  • ସ୍ୱିଜରଲାଣ୍ଡରେ ବିଶ୍ୱ ଅର୍ଥନୈତିକ ମଞ୍ଚର ବାର୍ଷିକ ସମ୍ମିଳନୀ : ମହାମାରୀରୁ ମୁକ୍ତି ପାଇଁ ବାଟ ବାହାର କରିବେ ବିଶ୍ୱନେତା
  • ||
  • ମ୍ୟାଚ୍ ପୂର୍ବରୁ ରନ୍ ଅପ୍ ଯାଞ୍ଚ କଲେ ଅର୍ଜୁନ ତେନ୍ଦୁଲକର : କିନ୍ତୁ ଚୂଡାନ୍ତ ଏକାଦଶରେ ମିଳିଲାନି ଏଣ୍ଟ୍ରି
  • ||

ଘନୀଭୂତ ହେଉଛି ଘୁର୍ଣ୍ଣିବଳୟ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

5/09/2018 at 3:49 PM

ଭୁବନେଶ୍ୱର ୫/୯ : ରାଜ୍ୟରେ ଘନୀଭୂତ ହେଉଛି ଘୁର୍ଣ୍ଣିବଳୟ | ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପ ସାଗରରେ ଲଘୁଚାପର ରୂପ ନେବା ଘୁର୍ଣ୍ଣିବଳୟ | ଏହାର ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି | ଗତକାଲି ରାତିରୁ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି | ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ | ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି | ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଛି | ଦିନ ୨ଟା ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ |

   Related Posts