ଘଡଘଡି ସହ ପ୍ରବଳ ବର୍ଷା ନେଇ ରାଜ୍ୟର ୧୬ ଜିଲ୍ଲାକୁ ସତର୍କ ସୂଚନା ଜାରି

Published By : Prameya-News7 Bureau | September 07, 2018 IST

ଭୁବନେଶ୍ୱର ୭/୯ : ଘଡଘଡି ସହ ପ୍ରବଳ ବର୍ଷା ନେଇ ରାଜ୍ୟର ୧୬ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ | ୧୬ ଜିଲ୍ଲା ଗୁଡିକ ହେଲେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ, ବରଗଡ, ନୂଆପଡା, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ, କଳାହାଣ୍ଡି, ସୋନପୁର | ଏହି ସବୁ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି | ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶା ଓ ଛତିଶଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ | ଛୋଟ ପିଲାଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ | ଭୁବନେଶ୍ୱରରେ ମଧ୍ୟ ପ୍ରବଳ ବର୍ଷା ଆକଳନ କରିଛି ଭୁବନେଶ୍ୱର ପାଣିପାଗ ବିଭାଗ | ଯାହାକୁ ନେଇ ଆଜି ଭୁବନେଶ୍ୱରର ସମସ୍ତ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି ରାଜ୍ୟ ସରକାର | ପରିସ୍ଥିତିକୁ ଦୃଷ୍ଟିରେ ରଖି ଅନ୍ୟ ଜିଲ୍ଲାର ଜିଲ୍ଲାପାଳମାନେ ମଧ୍ୟ ପଦକ୍ଷେପ ନେବା ପାଇଁ ପରାମର୍ଶ ଦିଆଯାଇଛି |

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.