Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲା ପାଣିପାଗ ବିଭାଗ

10/10/2019 at 8:13 AM

ଭୁବନେଶ୍ବର ୧୦।୧୦: ଆସନ୍ତା ୨୪ ଘଣ୍ଟା ପରେ ଛାଡିଯିବ ବର୍ଷା । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ମୌସୁମୀ ସକ୍ରିୟ ରହିବା କାରଣରୁ ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଆସନ୍ତା ୨୪ ଘଣ୍ଟା ପରେ ରାଜ୍ୟରୁ ବର୍ଷା ପ୍ରାୟ ଛାଡିଯିବା ସହ ପାଗ ଶୁଖିଲା ରହିବ ।

ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୪ ଜିଲ୍ଲା ହେଲା ଗଜପତି, ରାୟଗଡା, କୋରାପୁଟ ଏବଂ ମାଲକାନଗିରି । ଏହି ସବୁ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ପାରଦ ଖସୁଥିବା ଲକ୍ଷ୍ୟ କରାଯାଇଛି । ଦାରିଙ୍ଗବାଡି, କୋରାପୁଟ ଓ ଅନ୍ୟ କେତେକ ସ୍ଥାନରେ ପାରଦ ୨୦ଡିଗ୍ରୀ ସେଲସିୟସ ତଳକୁ ଖସିଛି । ସର୍ବନିମ୍ନ ତାପମାତ୍ରା କ୍ରମଶଃ ହ୍ରାସ ପାଉଥିବାବେଳେ ଦାରିଙ୍ଗବାଡିରେ ଏହା ୧୬ ରହିଛି ।

   Related Posts