Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା : ୧୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

3/06/2020 at 10:42 AM

ଭୁବନେଶ୍ବର ୩।୬: ଆଜି ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଫଳରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବୁଧବାର ଉତ୍ତର ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ପବନର ବେଗ ମଧ୍ୟ ଅଧିକ ରହିବ । ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବାବେଳେ କିଛି କିଛି ସ୍ଥାନରେ ଏହାଠାରୁ ଅଧିକ ରହିବ।

ତେବେ ଗଞ୍ଜାମ ସହ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେଇପାରେ । ଏଥିସହ ୧୯ଟି ଜିଲ୍ଲାରେ ପବନ ସହ ବିଜୁଳି, ଘଡ଼ଘଡ଼ି ଓ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

   Related Posts