ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୬ଟି ଜିଲ୍ଲାରେ ଘଡଘଡି ସହ ବର୍ଷା
14/10/2019 at 12:16 PM

ଭୁବନେଶ୍ବର ୧୪/୧୦: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୬ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଏହି ୬ଟି ଜିଲ୍ଲା ଗୁଡି ହେଲା ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ମୟୁରଭଞ୍ଜ, ବାଲେଶ୍ବର ।
ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି ।ଯାହାର ପ୍ରଭାବରେ ଦକ୍ଷିଣ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ।୨୪ ଘଣ୍ଟା ପରେ ମୌସୁମୀ ପରିବର୍ତ୍ତନ ନେଇ ଚିତ୍ର ସ୍ପଷ୍ଟ ହେବ । ଆସନ୍ତା ସପ୍ତାହରୁ ସକାଳୁ କୁହୁଡି ଦେଖାଦେଇପାରେ । ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୨୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।…