ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା, ୮ରେ ଭିଜିବ ଦକ୍ଷିଣ ଓଡିଶା
5/03/2019 at 2:51 PM

ଭୁବନେଶ୍ବର ୫|୩: ଆସାମ ଓ ଛତିଶଗଡ ଉପରେ ଏକ ଟ୍ରପ ଲାଇନ ସୃଷ୍ଟି ହୋଇଛି।ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏହାସହ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବ।ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ , କେନ୍ଦୁଝର ଆଦି ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି। ୮ ତାରିଖରେ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ବର୍ଷା ହେବ। ଏହି ସମୟରେ ପବନର ବେଗ ୩୦ରୁ ୪୦ କିମି ରହିବ। ୯ ତାରିଖରୁ ପାଗରେ ପରିବର୍ତ୍ତନ ହେବ, ପାଗ ଶୁଖିଲା ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
Related Posts
ରାଜଧାନୀରେ ଘନ କୁହୁଡି
24 January 2021
ଫିଲପାଇନସ୍ରେ ଭୀଷଣ ଭୂ-କମ୍ପ, ରିକ୍ଟର ସ୍କେଲର ତୀବ୍ରତା ୭.୦
21 January 2021