ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା : ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

Published By : Prameya-News7 Bureau | September 08, 2019 IST

ଭୁବନେଶ୍ବର ୮/୯: ଉତ୍ତର ଓଡିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସହିତ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ରାଜ୍ୟର ଅଧିକାଂ ଅଞ୍ଚଲରେ ବର୍ଷା ପ୍ରକୋପ ଜାରି ରହିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ କେତେକ ଜିଲ୍ଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ସୂଚନାନୁସାରେ, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ସୁନ୍ଦରଗଡ, କେନ୍ଦୁଝର, ଦେବଗଡ, ଅନୁଗୋଳ ଓ ବୌଦ୍ଧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏତତ୍ ବ୍ୟତୀତ ବଲାଙ୍ଗିର, ନୂଆପଡା ଓ ନବରଙ୍ଗପୁର ଜିଲ୍ଲାକୁ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଆସନ୍ତା ୪୮ ଘଂଟା ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ତାହା ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ଏହାସହ ଏହି ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.