Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୭ କୋଭିଡ୍ ପଜିଟିଭ୍, ୩୩୭୧୯୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଓଡିଶା ହାତରୁ ଖସୁଛି ବନ୍ଧୁଗାଁ ବ୍ଲକ, ଲୋଭ ଦେଖାଇ ଗାଁ ଲୋକଙ୍କୁ ନିଜ ଆଡକୁ ଟାଣୁଛି ଆନ୍ଧ୍ର
  • ||
  • ଅଟୋକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ : ଜଣେ ମୃତ, ୩ ଗୁରୁତର
  • ||
  • ବାଇକକୁ ଧକ୍କା ଦେଲା ହାଇଓ୍ୱା, ଆରୋହୀ ମୃତ
  • ||
  • ଯୁବତୀଙ୍କୁ ଘରୁ ଉଠାଇ ନେଇ ୧୫ ଦିନ ଧରି ଦୁଷ୍କର୍ମ ! ଅଭିଯୁକ୍ତ ଦେଉଥିଲା ହତ୍ୟା ଧମକ, ଫଟୋ ଭାଇରାଲ ନେଇ କରୁଥିଲା ବ୍ଲାକମେଲିଂ…
  • ||
  • ତାତିରୁ ଏବେ ନିସ୍ତାର ନାହିଁ, ଆହୁରି ଛଟପଟ କରିବ ଖରା
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

29/09/2019 at 8:51 AM

ଭୁବନେଶ୍ବର ୨୯/୯: ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ ।  ଯାହାର ପ୍ରଭାବରେ ରାଜ୍ୟ ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା । ତେବେ ଆଜି ମୁଖ୍ୟତଃ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତରପ୍ରଦେଶରୁ ବିହାର ପ୍ରର୍ଯ୍ୟନ୍ତ ଏକ ଟ୍ରପ ଲାଇନ ଅଛି । ଏହାର ପ୍ରଭାବରେ ବର୍ଷା ହେଉଛି ।

ତେବେ ଆସନ୍ତାକାଲି ଠାରୁ ବର୍ଷାର ପରିମାଣ କମିବ । ସୋମବାର ଠାରୁ ୪/୫ ଦିନ ପର୍ଯ୍ୟନ୍ତ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଢ଼େଙ୍କାନାଳ, ମୟୁରଭଞ୍ଜ, କଟକ, ବାଲେଶ୍ୱର, ଖୋର୍ଦ୍ଧା ଓ ଯାଜପୁର ଆଦି ରହିଛି।

ଏହି ସମୟରେ ମତ୍ସ୍ୟଜୀବୀକୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ସେହିପରି ୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। କନ୍ଧମାଳ, ଗଞ୍ଜାମ, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର ଓ ମୟୁରଭଞ୍ଜ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

   Related Posts