ଆଜି ଦକ୍ଷିଣ ଓ ଉତ୍ତର ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
2/06/2018 at 5:56 AM

ଓଡ଼ିଶାରେ କିଛି ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଛି । ଆଜି ଦକ୍ଷିଣ ଓ ଉତ୍ତର ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, କେନ୍ଦୁଝର, ବାଲେଶ୍ୱର, ମୟୂଭରଞ୍ଜ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଏହା ଛଡା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀର ଆଶଙ୍କା ରହିଛି। ବର୍ଷା ସାଙ୍ଗକୁ କେତେକ ସ୍ଥାନରେ ପ୍ରବଳ ପବନ ହୋଇଛି। ୫ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ଉତ୍ତର ଅଭ୍ୟନ୍ତରୀଣ ଓଡ଼ିଶାରେ ଝଡ଼ବର୍ଷା ହେବ। ୭ରୁ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ରାଜ୍ୟରେ ପହଞ୍ଚିବା ପରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
Related Posts
ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
11 April 2021
ଇଣ୍ଡୋନେସିଆ ଝାଭାରେ ୬.୦ ତୀବ୍ରତାର ଭୂମିକମ୍ପ, ୭ ମୃତ ୧୨ ଆହତ
10 April 2021