ଆହୁରି ୨୪ଘଣ୍ଟା ପ୍ରବଳ ବର୍ଷିବ : ୧୩ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି

Published By : Prameya-News7 Bureau | September 25, 2019 IST

ଭୁବନେଶ୍ବର ୨୫।୯: ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେଉଥିବା ବେଳେ ଦକ୍ଷିଣ ଓ କେନ୍ଦ୍ରୀୟ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି । ଆହୁରି ୨୪ ଘଣ୍ଟା ଯାଏଁ ଏଭଳି ସ୍ଥିତି ରହିବ ।

ଆଜି ପ୍ରବଳ ବର୍ଷା ଓ ଘଡଘଡି ନେଇ ୧୩ ଜିଲ୍ଲାକୁ ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ, ବାଲେଶ୍ୱର, ବଲାଙ୍ଗିର, ବରଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ଗଜପତି ଓ କେନ୍ଦୁଝରକୁ ୧୦ଟା ୧୫ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ଘୂର୍ଣ୍ଣିବଳୟ ଆନ୍ଧ୍ର ମୁହାଁ ହେଉଥିବାରୁ କାଲି ଠାରୁ ବର୍ଷା ପରିମାଣ କମିବ । ୨୬ ଓ ୨୭ରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଓ ପୁରୀରେ ବର୍ଷା ହେବ । ୨୮ ଓ ୨୯ ତାରିଖରେ କନ୍ଧମାଳ, ଗଜପତି, ଗଞ୍ଜାମ, ବଲାଙ୍ଗୀର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ସୁନ୍ଦରଗଡ଼, ଦେବଗଡ଼ ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.