ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Published By : Prameya-News7 Bureau | June 22, 2020 IST

ଭୁବନେଶ୍ୱର ୨୨।୦୬: ଆଜି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବର ଅନୁମାନ କରାଯାଉଛି । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଗତକାଲି ରାଜ୍ୟର କିଛି ସ୍ଥାନରେ ସାମାନ୍ୟ ବର୍ଷା ହୋଇଛି । ବଲାଙ୍ଗୀରରେ ୪୯ ମିଲିମିଟର, ଟିଟିଲାଗଡ଼ରେ ୪୮ ମିଲିମିଟର, ବୌଦ୍ଧରେ ୧୬.୪ ମିଲିମିଟର ଓ ଫୁଲବାଣୀରେ ୧୩ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସୋମବାର ପଶ୍ଚିମ ଓଡ଼ିଶାର ସମେତ ଆଉ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ମଙ୍ଗଳବାର ଓ ବୁଧବାର ରାଜ୍ୟରେ ପାଗ ଶୁଖିଲା ରହିବ । ତେବେ ତାପମାତ୍ରାରେ ସାମାନ୍ୟ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଏଚ୍‌ଆର ବିଶ୍ୱାସ କହିଛନ୍ତି ।

ଗୁରୁବାର ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କୋରାପୁଟ, ନୟାଗଡ଼, ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲା ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ପୂର୍ବାନୁମାନ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.