Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ , ଆସନ୍ତା ଦୁଇ ଦିନ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା

5/07/2020 at 7:43 AM

ଭୁବନେଶ୍ୱର ୦୫।୦୭: ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ମଧ୍ୟରେ ପଶ୍ଚିମକେନ୍ଦ୍ରୀୟ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ଆସନ୍ତାକାଲି ଅନୁଗୋଳ, ଢ଼େଙ୍କାନାଳ, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝର ଆଦି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ଏସବୁ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତେଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ଉପରୋକ୍ତ ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କଟକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ସୋନପୁର ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ । ଅନ୍ୟ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି କେନ୍ଦ୍ର ଆକଳନ କରିଛି ।

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରୁ ଆରମ୍ଭ କରି ଏହା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉତ୍ତର-ଉପକୂଳ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶାରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ସେହିପରି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ମନସୁନ୍‌ ଟ୍ରଫ୍‌ଲାଇନ୍‌ ରହିଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ସେହିପରି ଆସନ୍ତାକାଲି ରାଜ୍ୟ ବ୍ୟାପୀ ବର୍ଷା ହେବ ବୋଲି ସେ ଆକଳନ କରିଛନ୍ତି । ମୌସୁମୀ ଏବେ ପୁଣି ସ୍ୱାଭାବିକ ଅବସ୍ଥାକୁ ଫେରିଥିବାରୁ ବର୍ଷା ବଢ଼ିବ ବୋଲି ଶ୍ରୀ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ।

ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ଆସନ୍ତାକାଲି ଉତ୍ତର-ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାଗୁଡ଼ିକରେ ତୁଳନାତ୍ମକ ଭାବେ ଅଧିକ ବର୍ଷା ହେବ ବୋଲି ସେ ଆକଳନ କରିଛନ୍ତି ।

   Related Posts