ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ ; ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା

Published By : Prameya-News7 Bureau | September 19, 2018 IST

ଭୁବନେଶ୍ବର ୧୯|୯: କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେବ । ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା । ଓଡିଶାର ବିଭିନ୍ନ ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ବିଶେଷ କରି ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା ରହିଛି । ୨୦ ଏବଂ ୨୧ରେ ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଗଞ୍ଜାମ, ଗଜପତି, କୋରାପୁଟ, ପୁରୀ, କନ୍ଧମାଳ, ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସମୁଦ୍ର ଅଶାନ୍ତ ରହିବାରୁ ୨୧ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ସମୁଦ୍ର ମଧ୍ୟକୁ ଯାଇଥିବା ମତ୍ସ୍ୟଜୀବୀମାନଙ୍କୁ ଫେରି ଆସିବାକୁ ସତର୍କ କରାଯାଇଛି । ସମ୍ଭାବ୍ୟ ଲଗାଣ ବର୍ଷା ଆଶଙ୍କାରେ ରାଜ୍ୟ ସରକାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ସମସ୍ତ ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର । ପରିସ୍ଥିତି ଉପରେ ତୀକ୍ଷ୍ମ ନଜର ରଖିବା ସହ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ କାର୍ଯ୍ୟକ୍ଷମ କରିବାକୁ କୁହାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.