Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||
  • ଭୁବନେଶ୍ବର : ହୋଟେଲ୍ ଓ ରେଷ୍ଟୁରାଣ୍ଟକୁ BMCର କଡା ନିର୍ଦ୍ଦେଶ, ୭ ଦିନ ଭିତରେ ଦୋକାନ ସମ୍ମୁଖରେ ଲଗାଅ ଫୁଡ୍ ସେଫ୍ଟି ସାର୍ଟିଫିକେଟ୍
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୩ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

୪୮ଘଣ୍ଟାରେ ଲଘୁଚାପର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ,୧୦ରୁ ଦକ୍ଷିଣ ଓଡିଶାରେ ବର୍ଷା କାଚିବ

8/06/2020 at 7:33 AM

ଭୁବନେଶ୍ୱର ୦୮।୦୬: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ୪୮ଘଣ୍ଟାରେ ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ । ୧୦ ତାରିଖରୁ ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଜିଲ୍ଲାରେ ନିର୍ଧୁମ ବର୍ଷିବ । ୧୧ ତାରିଖରେ ମଧ୍ୟ ୧୦ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ମୌସୁମୀ ଆସିବାକୁ ଏହି ବର୍ଷା ସୁହାଇବ ବୋଲି ବିଭାଗ କହିଛି ।

୧୧ ତାରିଖ ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ପୁରୀ ଓ ବୌଦ୍ଧରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୧୦ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ତେବେ ଉପକୂଳ ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁରରେ ମଧ୍ୟ ପ୍ରବଳ ବର୍ଷା ହେବ ।
ଘୂର୍ଣ୍ଣିବଳୟ ଆସନ୍ତା ଦୁଇ ଦିନ ପରେ ଲଘୁଚାପରେ ପରିଣତ ହେବା ପରେ ତାର ପ୍ରଭାବ ଦେଖାଇବ । ୧୦ ଓ ୧୧ ତାରିଖ ଦୁଇ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏଭଳି ବର୍ଷା ରାଜ୍ୟକୁ ମୌସୁମୀ ଆଣିବାକୁ ସୁହାଇବ । ୧୦ରୁ ୧୨ ତାରିଖ ଭିତରେ ରାଜ୍ୟରେ ମୌସୁମୀ ପହଞ୍ଚିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ.ଏଚ୍‌ଆର୍‌ ବିଶ୍ୱାସ କହିଛନ୍ତି ।

୮ ଓ ୯ ତାରିଖ ମଧ୍ୟ ରାଜ୍ୟର ଉପକୂଳ ଓଡ଼ିଶା, ଉତ୍ତର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ୩୦ରୁ ୪୦କିମି ବେଗରେ ପବନ ବି ବହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କହିଛି ।
ଆଇଏମ୍‌ଡିର ଜିଲ୍ଲାଭିତ୍ତିକ ବୃଷ୍ଟିପାତ ପୂର୍ବାନୁମାନ ତଥ୍ୟ ଅନୁସାରେ, ୮ ତାରିଖରେ ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୧୪ ଜିଲ୍ଲାର କିଛି ସ୍ଥାନରେ କାଁ ଭାଁ ବର୍ଷା ହେବ । ୯ ତାରିଖରେ ୨୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୯ଟି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ । ୧୦ ଓ ୧୧ ତାରିଖ ୩୦ଟି ଯାକ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆଇଏମ୍‌ଡି କହିଛି।

ସେପଟେ ରବିବାର ଟିଟିଲାଗଡ଼ରେ ସର୍ବାଧିକ ୪୧ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ମାଲକାନଗିରିରେ ୪୦.୫ ଡିଗ୍ରୀ, ଭବାନୀପାଟଣା ଓ ବଲାଙ୍ଗୀରରେ ୩୯.୫ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

   Related Posts