ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
4/09/2018 at 4:26 PM

ଭୁବନେଶ୍ୱର ୪/୯ : ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି | ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ | ଏହାର ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି | ବିଶେଷ କରି ବାଲେଶ୍ବର, ଭଦ୍ରକ, କେନ୍ଦୁଝର, କେନ୍ଦ୍ରାପଡା,ଯାଜପୁର, କଟକ, ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି | ଏହା ସହିତ ସୁନ୍ଦରଗଡ ଓ ଝାରସୁଗୁଡା, ସମ୍ବଲପୁର, ଦେବଗଡ, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ | ଆଜି ସନ୍ଧ୍ୟାରୁ ୭ ତାରିଖ ସକାଳ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ | ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି | ଗତ ୨୪ ଘଣ୍ଟା ମଧ୍ୟରେ ଢେଙ୍କାନାଳରେ ସର୍ବାଧିକ ୪୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି |