‘ତିତଲି’ ପ୍ରଭାବ ରାଜ୍ୟର ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ; ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି

Published By : Prameya-News7 Bureau | October 12, 2018 IST

ଭୁବନେଶ୍ବର ୧୨|୧୦: ବାତ୍ୟା ତିତଲି ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗିରହିଛି । ପ୍ରବଳ ବର୍ଷା ନେଇ ରାଜ୍ୟର ୧୫ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । ପୂର୍ବାହ୍ନ ୧୧ଟା ୪୫ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଖୋର୍ଦ୍ଧା, କଟକ, ମୟୁରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଢେଙ୍କାନାଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଅନୁଗୋଳ, ସମ୍ବଲପୁର, ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, କନ୍ଧମାଳ, ସୁନ୍ଦରଗଡ, ଦେବଗଡରେ ମଧ୍ୟ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ସେପଟେ ବାତ୍ୟା ତିତଲି ପଶ୍ଚିମବଙ୍ଗର ଗାଙ୍ଗେୟ କ୍ଷେତ୍ର ଆଡକୁ ମୁହାଁଉଛି । ଏହା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଏହା ବର୍ତ୍ତମାନ ଭବାନୀପାଟଣାର ପୂର୍ବ-ଉତ୍ତର-ପୂର୍ବ ଦିଗରେ ରହିଛି । ଏହାର ପ୍ରଭାବରେ ଘଣ୍ଟାପ୍ରତି ୯୦ରୁ ୧୦୦କିମି ବେଗରେ ପବନ ବହୁଛି । ତିତଲି ଧୀରେ ଧୀରେ ଦୁର୍ବଳ ହେଉଛି । ଏହା ଆହୁରି ଦୁର୍ବଳ ହୋଇ ଅବପାତରେ ପରିଣତ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.