ସକ୍ରିୟ ହେଉଛି ଲଘୁଚାପ : ଆସନ୍ତା ୨୪ ତାରିଖରୁ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା
21/10/2019 at 2:48 PM

ଭୁବନେଶ୍ବର ୨୧|୧୦: ଆରବସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହେଉଛି । ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଏହା ୱେଲ୍ ମାର୍କଡ୍ ଲୋ-ପ୍ରେସରରେ ପରିଣତ ହେବା ସହ ତା ପରବର୍ତ୍ତୀ ୨୪ ଘଣ୍ଟାରେ ଅବପାତର ରୂପ ନେବ ।
ଏଥିସହ ୨୩ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଉତ୍ତର ତାମିଲନାଡ଼ୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପରେ ରହିବ। ପ୍ରଭାବରେ ୨୩ ତାରିଖଠାରୁ ଓଡ଼ିଶାରେ ପାଗରେ ପରିବର୍ତନ ଆସିବ ଏବଂ ୨୪ ତାରିଖରୁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି ।
Related Posts
ଜାଉଁଳି ପୋଖରୀ ମଠ ମହନ୍ତଙ୍କ ୮୫ ବର୍ଷ ବୟସରେ ପରଲୋକ
23 April 2021