ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ, ଆସନ୍ତା ୩ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

Published By : Prameya-News7 Bureau | July 09, 2019 IST

ଭୁବନେଶ୍ବର ୯|୭: ଉତ୍ତର ପଞ୍ଜାବରୁ ବଙ୍ଗୋପସାଗରେ ଉପରେ ଥିବା ଟ୍ରପ୍ ଲାଇନ୍ ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ କମ୍ ରହିଛି । କିନ୍ତୁ ଆଜିଠୁ ବର୍ଷାର ପରିମାଣ ବଢିବ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।  ଖାସ କରି ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର ଢେଙ୍କାନାଳ, ଅନୁଗୁଳ, କେନ୍ଦ୍ରାପଡ଼ା ସହିତ କଟକରେ ଗୋଟିଏ ଦୁଇଟି ସ୍ଥନରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ସେଥିପାଇଁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି । ଯେତିକି ପରିମାଣର ବର୍ଷା ହେଉଛି ତାହା ଚାଷ ପାଇଁ ପାଗ ଅନୁକୂଳ ଥିବାବେଳେ, ବନ୍ୟାର କୌଣସି ସମ୍ଭାବନା ନଥିବା କହିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର  ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.