Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କର୍ଣ୍ଣାଟକକୁ ମିଳିଲା ନୂଆ ମୁଖିଆ, ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମ୍ମାଇ
  • ||
  • ବଙ୍ଗୋପସାଗରରେ ଲଘୁଚାପ, ଆସନ୍ତା ୩୦ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା
  • ||
  • ମାଓ ସହିଦ ସପ୍ତାହରେ ଜାରି ଲାଗିଲା ପୋଷ୍ଟର, ଜାରି ହେଲା ଅଡିଓ ଟେପ୍
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ
  • ||
  • ସାମାନ୍ୟ ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୭୦୩ କରୋନା ପଜିଟିଭ୍
  • ||

ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ

20/09/2020 at 8:04 AM

ଭୁବନେଶ୍ବର୨୦/୯: ରବିବାର ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ଉତ୍ତରପୂର୍ବ ଉପକୂଳରେ ଲଘୁଚାପ ଯୋଗୁଁ ଆଜିଠୁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୋଳ, ଦେବଗଡ଼ ଏବଂ କଳାହାଣ୍ଡି । ସେହିଭଳି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେଗୁଡ଼ିକ ହେଲା ମୟୁରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମାଲକାନଗିରି ଓ କୋରାପୁଟ । ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

   Related Posts