‘ଫନି’ ପାଇଁ ଗଞ୍ଜାମ ଜିଲ୍ଲାରେ ଲୋକଙ୍କୁ କରାଯାଉଛି ସ୍ଥାନାନ୍ତର, ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ୨୪ଘଣ୍ଟିଆ ହେଲ୍ପଲାଇନ୍ ନମ୍ବର ଜାରି

Published By : Prameya-News7 Bureau | May 02, 2019 IST

ବ୍ରହ୍ମପୁର ୨|୫: ଅତି ଭୀଷଣ ବାତ୍ୟାର ରୂପ ନେଇଛି ‘ଫନି’ । ଏହା ପୁରୀଠାରୁ ୩୩୦ କିଲୋମିଟର ଦୂରରେ ରହିଛି । ବିଶାଖାପାଟଣାରୁ ୧୮୦କିଲୋମିଟର ଦୂରରେ ରହିଛି । ଘଣ୍ଟାକୁ ୧୫ କିଲୋମିଟର ବେଗରେ ‘ଫନି’ ଓଡିଶା ମୁହାଁ ରହିଛି। ଆସନ୍ତାକାଲି ଅପରାହ୍ନ ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପୁରୀ ନିକଟରେ ସ୍ଥଳଭାଗ ଛୁଇଁବ ବୋଲି ଆଶଙ୍କା କରାଯାଉଛି । ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟାପ୍ରତି ୧୮୦ କିଲୋମିଟର ରହିବ । ପବନର ବେଗ ଘଣ୍ଟାପ୍ରତି ୨୦୦ କିଲୋମିଟର ବଢିପାରେ । ଲ୍ୟାଣ୍ଡଫଲ୍ ବେଳେ ୧.୫ ମିଟର ଉଚ୍ଚ ସମୁଦ୍ର ଜୁଆର ଉଠିବା ଆଶଙ୍କା ରହିଛି । ରାଜ୍ୟର ସମସ୍ତ ବନ୍ଦରରେ ସତର୍କ ସୂଚନା ଜାରି କରାଯାଇଛି ।

ତେବେ ‘ଫନି’କୁ ଦୃଷ୍ଟିରେ ରଖି ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ୨୪ଘଣ୍ଟିଆ ହେଲ୍‌ପଲାଇନ୍ ନମ୍ବର ଜାରି କରାଯାଇଛି । ୦୬୮୦୨୨୫୦୨୯୦ ନମ୍ବରରେ କଲ୍ କରି ଅସୁବିଧା ସଂପର୍କରେ ଜଣାଇବାକୁ ପରାମର୍ଶ ଦିଆଯାଇଛି । ତେବେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଉଥିବା ମଧ୍ୟ ସୂଚନା ମିଳିଛି । ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ୪୦ଟି ଆଶ୍ରୟସ୍ଥଳୀର ବ୍ୟବସ୍ଥା ମଧ୍ୟ କରାଯାଇଛି । ଲୋକଙ୍କୁ ରନ୍ଧା ଖାଦ୍ୟ ସହ ଶୁଖିଲା ଖାଦ୍ୟ ମଧ୍ୟ ଯୋଗାଇ ଦିଆଯିବାର ବ୍ୟବସ୍ଥା ମଧ୍ୟ କରାଯାଇଛି । ଆଶ୍ରୟସ୍ଥଳୀଗୁଡିକରେ ଯେପରି ଲୋକଙ୍କର କିଛି ଅସୁବିଧା ନହୁଏ ସେଥିପ୍ରତି ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶେଷ ଧ୍ୟାନ ରଖାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.