ଆଜି ହେରାପଞ୍ଚମୀ : ନନ୍ଦିଘୋଷ ରଥର କାଠ ଭାଙ୍ଗିବେ ମହାଲକ୍ଷ୍ମୀ, ଦକ୍ଷିଣ ମୋଡ ହେବ ୩ ରଥ

Published By : Prameya-News7 Bureau | June 27, 2020 IST

ପୁରୀ ୨୭।୬: ଆଜି ପବିତ୍ର ହେରାପଞ୍ଚମୀ । ଆଜିଠାରୁ ଆରମ୍ଭ ହେବ ବାହୁଡା ଯାତ୍ରାର ପ୍ରସ୍ତୁତି । ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ହେରାପଞ୍ଚମୀ ନୀତି । ଅଭିମାନିନୀ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି ଶରଧାବାଲିରେ ନନ୍ଦିଘୋଷ ରଥର କାଠ ଭାଙ୍ଗିବେ । ଏହାପରେ ତିନି ରଥକୁ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ବାରକୁ ନିଆଯିବ ।

ଦୀର୍ଘଦିନ ଧରି ମହାପ୍ରଭୁଙ୍କ ସହ ମହାଲକ୍ଷ୍ମୀଙ୍କ ସାକ୍ଷାତ ହୋଇନାହିଁ । ମହାଲକ୍ଷ୍ମୀ ବ୍ୟସ୍ତ ବିବ୍ରତ ହୋଇପଡିଛନ୍ତି । ହେରାପଞ୍ଚମୀ ଦିନ ଅର୍ଥାତ୍ ଆଜି ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ ।

ଏହା ପୂର୍ବରୁ ଶ୍ରୀଗୁଣ୍ଡିଚା ମନ୍ଦିର ଆଡପ ମଣ୍ଡପରେ ବିରାଜିତ ଶ୍ରୀଜିଉମାନଙ୍କୁ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରାଯାଇଛି । ତେବେ କୋଭିଡ୍ କଟକଣା ଓ ସୁପ୍ରିମକୋର୍ଟ ନିର୍ଦ୍ଦେଶକୁ ନେଇ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ଉପରେ ରୋକ୍ ଲଗାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.