Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ମା’ ବିରଜାଙ୍କ ରଥଯାତ୍ରାକୁ ମିଳିଲା ଅନୁମତି, କୋଭିଡ୍ ଗାଇଡ୍ ଲାଇନ୍ ଅନୁଯାୟୀ ରଥଯାତ୍ରା କରିବାକୁ ଜିଲ୍ଲାପାଳଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

8/10/2020 at 3:50 PM

ଯାଜପୁର ୮।୧୦: ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ରଥଯାତ୍ରା କରିବା ନିଷ୍ପତ୍ତି ଯାଜପୁର ଜିଲ୍ଲାପାଳ ନେବେ ବୋଲି ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ । କୋଭିଡ୍ ଗାଇଡ୍ ଲାଇନକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେବେ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି ।

ତେବେ ବିରଜା ରଥଯାତ୍ରା ହେବ କି ନାହିଁ ସେ ସମ୍ପର୍କରେ ଯାଜପୁର ଜିଲ୍ଲାପାଳ ଓ ଏସପିଙ୍କୁ ପୂର୍ବରୁ ରିପୋର୍ଟ ତଲବ କରିଥିଲେ ଅଦାଲତ । ଆଜି ସୁଦ୍ଧା ଏନେଇ ରିପୋର୍ଟ ଦେବାକୁ ଜିଲ୍ଲାପାଳ ଓ ଏସପିଙ୍କୁ କୁହାଯାଇଥିଲା । ନିର୍ଦ୍ଦେଶ ଅନୁଯାୟୀ ସରକାରଙ୍କ ପକ୍ଷରୁ ଏହି ରିପୋର୍ଟ ହାଇକୋର୍ଟରେ ଉପସ୍ଥାପିତ ହୋଇଥିଲା ।

ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ଶାରଦୀୟ ଦୁର୍ଗାପୂଜା ଅବସରରେ ହେଉଥିବା ରଥଯାତ୍ରା ଚଳିତ ବର୍ଷ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଥିବା ବେଳେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ମୁକ୍ତି ମଣ୍ଡପ ସେବାୟତ ପରିଷଦ । ପ୍ରତିବର୍ଷ ଦୁର୍ଗାପୂଜା ଅବସରରେ ମା’ ବିରଜାଙ୍କର ସ୍ବତନ୍ତ୍ର ରଥଯାତ୍ରା ଅନୁଷ୍ଠିତ ହୋଇଥାଏ । କିନ୍ତୁ ଚଳିତ ବର୍ଷ କରୋନା ଜନିତ କଟକଣା ରହିଥିବାରୁ କୌଣସି ମନ୍ଦିରରେ କୌଣସି ଧର୍ମୀୟ କାର୍ଯ୍ୟକ୍ରମ ହୋଇପାରିବ ନାହିଁ ବୋଲି ନିୟମ ରହିଛି ।

ଚଳିତ ବର୍ଷ ମଳ ମାସ ପଡୁଥିବାରୁ ମା’ଙ୍କ ପୂଜା ୪୬ ଦିନ ଧରି ଚାଲିବ ଏବଂ ମା’ଙ୍କ ରଥଯାତ୍ରା ଆସନ୍ତା ଅକ୍ଟୋବର ୧୭ ତାରିଖରୁ ୨୪ ତାରିଖ ମଧ୍ୟରେ ୯ ଦିନ ଧରି ଅନୁଷ୍ଠିତ ହେବା ପାଇଁ ସ୍ଥିର ହୋଇଛି । ସେଥିପାଇଁ ମା’ଙ୍କ ରଥଯାତ୍ରା ପରମ୍ପରାକୁ ରକ୍ଷା କରିବା ପାଇଁ ମୁକ୍ତି ମଣ୍ଡପ ସେବାୟତ ପରିଷଦ ପକ୍ଷରୁ ମାନ୍ୟବର ହାଇକୋର୍ଟଙ୍କ ନିକଟରେ ନିବେଦନ କରାଯାଇଛି । ଏହି ରଥଯାତ୍ରା ସମୟରେ କୋଭିଡ୍ ନିୟମକୁ କଡାକଡି ଭାବେ ପାଳନ କରିବା ସହିତ ହାଇକୋର୍ଟ ଅନ୍ୟ ଯେଉଁ ସବୁ ସର୍ତ୍ତ ରଖିବେ ତାକୁ ମାନି ରଥଯାତ୍ରା କରାଯିବ ବୋଲି ସେବାୟତ ପରିଷଦ ପକ୍ଷରୁ କୋର୍ଟଙ୍କୁ ଦର୍ଶାଯାଇଛି ।

ବିରଜା ରଥଯାତ୍ରା ନେଇ ହାଇକୋର୍ଟରେ ଏ ପର୍ଯ୍ୟନ୍ତ ୪ଟି ଜନସ୍ଵାର୍ଥ ମାମଲା ରୁଜୁ ହୋଇଥିଲା । ମୁକ୍ତି ମଣ୍ଡପ ସେବାୟତ ପରିଷଦ, ଜିଲ୍ଲା ଓକିଲ ସଂଘ, ବିଶ୍ଵ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ଓ ବିରଜା ବାହିନୀ ପକ୍ଷରୁ ପୃଥକ ପୃଥକ ଜନସ୍ବାର୍ଥ ମାମଲା ରୁଜ୍ଜୁ କରାଯାଇଥିଲା । ଆଜି ବିରଜା ରଥଯାତ୍ରା ସଂକ୍ରାନ୍ତରେ ଦୁଇଟି ମାମଲାର ଶୁଣାଣି ପାଇଁ ଧାର୍ଯ୍ୟ ହୋଇଥିବା ବେଳେ ଦୁଇଟି ଯାକ ମାମଲାର ଏକତ୍ର ଶୁଣାଣି ହୋଇଥିଲା ।

   Related Posts