Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

BSKY କାର୍ଡଧାରୀଙ୍କୁ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣାରେ ମିଳିବ ଚିକିତ୍ସା, ନିର୍ଦ୍ଦେଶ ଦେଲେ ହାଇକୋର୍ଟ

9/11/2021 at 3:51 PM

କଟକ ୯।୧୧: ରାଜ୍ୟରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ପଞ୍ଜୀକୃତ ଥିବା ସମସ୍ତ ଘରୋଇ ଚିକିତ୍ସାଳୟ ସରକାରଙ୍କ ନିୟମ ଅନୁଯାୟୀ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣାରେ କାର୍ଡଧାରୀଙ୍କୁ ଚିକିତ୍ସା ଯୋଗାଇ ଦେବେ । ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ ।

ଉଲ୍ଲେଖଯୋଗ୍ୟ ଯେ, କଟକ ସିଡିଏର ଏକ ଘରୋଇ ହସ୍ପିଟାଲରେ ଜଣେ କିଡନୀ ଡାଇଲେସିସ ରୋଗୀ ଗୁରୁତର ଅବସ୍ଥାରେ ପହଞ୍ଚି ଥିଲେ । ରୋଗୀଙ୍କ ସମ୍ପର୍କୀୟ ହସ୍ପିଟାଲରେ ବିଜୁ ସ୍ବାସ୍ଥ୍ୟ ବୀମା କାର୍ଡ ଦେଖାଇଥିଲେ । ହସ୍ପିଟାଲ କର୍ତ୍ତୃପକ୍ଷ ଏହି କାର୍ଡକୁ ଗ୍ରହଣ କରିନଥିଲେ। ଚିକିତ୍ସା ପାଇଁ ତୁରନ୍ତ ୩୦ ହଜାର ଟଙ୍କା ଜମା ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ଇତିମଧ୍ୟରେ ହସ୍ପିଟାଲରେ ରୋଗୀଙ୍କ ପରିବାର ୭୦ ହଜାର ଟଙ୍କା ଜମା ଦେଇ ସାରିଲେଣି । ରୋଗୀଙ୍କ ପକ୍ଷରୁ ଏ ନେଇ ହାଇକୋର୍ଟରେ ଏକ ପିଟିସନ ଦାୟର କରାଯାଇଥିଲା ।

ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ବିଜୁ ସ୍ବାସ୍ଥ୍ୟ ବୀମା କାର୍ଡଧାରୀ ସମସ୍ତ ବ୍ୟକ୍ତିଙ୍କୁ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣାରେ ଚିକିତ୍ସା ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କ ଏହି ଯୋଜନାରେ ପଞ୍ଜିକୃତ ଥିବା ସମସ୍ତ ଘରୋଇ ହସ୍ପିଟାଲ ବାଧ୍ୟ ବୋଲି ସ୍ପଷ୍ଟ କରିଛନ୍ତି। ଏହାସହ ସଂପୃକ୍ତ ହସ୍ପିଟାଲ ରୋଗୀଙ୍କଠାରୁ ନେଇଥିବା ୭୦ ହଜାର ଟଙ୍କା ଫେରାଇକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

   Related Posts