Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୭ ଦିନିଆ ରିମାଣ୍ଡରେ ଯିବ ଗ୍ୟାଙ୍ଗଷ୍ଟର ହାଇଦର, ଅନୁମତି ଦେଲେ JMFC
  • ||
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||

ରବି ଓ ଖରିଫ ଧାନକ୍ରୟକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଚଳିତବର୍ଷ ଚାଷୀଙ୍କ ଠାରୁ କ୍ରୟ ହେବ ୬୦ ମେଟ୍ରିକ ଟନ୍ ଧାନ

30/10/2019 at 10:40 PM

ଭୁବନେଶ୍ୱର ୩୦।୧୦:  ରବି ଓ ଖରିଫ ଧନ କ୍ରୟକୁ ନେଇ ଲୋକସେବା ଭବନରେ ବୁଧବାର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଶାସନ ସଚିବ ଅସୀତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଚଳିତବର୍ଷ ଉଭୟ ଋତୁରେ ଚାଷୀଙ୍କ ଠାରୁ ମୋଟ ୬୦ଲକ୍ଷ ମେଟ୍ରିକ ଟନ ଧାନ କ୍ରୟ ଲାଗି ନିଷ୍ପତ୍ତି ହୋଇଛି।ଏଥିଲାଗି ବୈଠକରେ ଧାନର ନୂଆ ମୂଲ୍ୟ ମଧ୍ୟ ସ୍ଥିରିକୃତ ହୋଇଛି।

ଏଥିଲାଗି ଚାଷୀଙ୍କ ଠାରୁ ନଭେମ୍ବର ୧ ତାରିଖରୁ ଧାନକ୍ରୟ ଆରମ୍ଭ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଥିବା ବେଳେ ରବି ଧାନ ଅମଳ ଶେଷ ଅର୍ଥାତ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଧାନ କ୍ରୟ କରାଯିବ। ଏଫଏକ୍ୟୁମାନର ଧାନ ପ୍ରତି କ୍ବିଣ୍ଟାଲ ୧ହଜାର ୮୧୫ଟଙ୍କାରେ କ୍ରୟ ଲାଗି ବୈଠକରେ ନିଷ୍ପତ୍ତି ନିଆଯାଇଥିବା ବୈଠକ ଶେଷରେ ସଚିବ ବୀର ବିକ୍ରମ ଯାଦବ ସୂଚନା ଦେଇଛନ୍ତି।

   Related Posts