Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

‘ଓମିକ୍ରନ’ ନେଇ ଉଚ୍ଚସ୍ତରୀୟ ବୈଠକ, ଟେଷ୍ଟିଂ ଓ ଟିକାକରଣକୁ ଅଧିକ ଗୁରୁତ୍ବ ଦେବାକୁ କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗର ପରାମର୍ଶ

9/12/2021 at 4:17 PM

ଭୁବନେଶ୍ବର ୯।୧୨: ଓମିକ୍ରନକୁ ନେଇ ଉଚ୍ଚସ୍ତରୀୟ ବୈଠକ । ରାଜ୍ୟ ସରକାରଙ୍କ ସହ ଆଲୋଚନା କଲେ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ । ଏହି ବୈଠକରେ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ବୈଠକରେ କେନ୍ଦ୍ର ପକ୍ଷରୁ ସମସ୍ତ ରାଜ୍ୟମାନଙ୍କୁ ୫ ସୁତ୍ରୀ ପରାମର୍ଶ ଦିଆଯାଇଛି । ବିଦେଶରୁ ଆସୁଥିବା ସମସ୍ତ ଲୋକଙ୍କ ଉପରେ କଡା ନଜର ରଖିବା ପାଇଁ କୁହାଯାଇଛି । ଏନଫୋର୍ସମେଣ୍ଟ କଡାକଡି କରିବାକୁ କୁହାଯାଇଛି । ଟେଷ୍ଟିଂ ଓ ଟିକାକରଣକୁ ଅଧିକ ଗୁରୁତ୍ବ ଦେବାକୁ କୁହାଯାଇଛି । ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ତେବେ ବିଦେଶରୁ ବର୍ତ୍ତମାନ ସୁଦ୍ଧା ୧୧୩୪ ଜଣ ଏୟାର ସୁବିଧା ପୋର୍ଟାଲ ଜରିଆରେ ପଞ୍ଜିକରଣ କରିଛନ୍ତି । ସେଥି ମଧ୍ୟରୁ ୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଦୁଇ ଜଣ ଯାଜପୁର ଓ ଆଉ ଦୁଇ ଜଣ ସୁନ୍ଦରଗଡ ଜିଲ୍ଲାର । ସମସ୍ତଙ୍କର ଜେନମ୍ ସିକ୍ୟୁଏନ୍ସିଂ ପାଇଁ ନମୂନା ପଠାଯାଇଛି ।

   Related Posts