Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ପୁରୀ ବ୍ୟତୀତ ଅନ୍ୟ ସ୍ଥାନରେ ହୋଇପାରିବନି ରଥଯାତ୍ରା, ପିଟିସନ ଖାରଜ କଲେ ହାଇକୋର୍ଟ

23/06/2021 at 3:24 PM

କଟକ ୨୩।୬: ପୁରୀ ବ୍ୟତୀତ ଅନ୍ୟ ସ୍ଥାନରେ ହୋଇପାରିବନି ରଥଯାତ୍ରା । ଏଭଳି ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ହାଇକୋର୍ଟ । ରଥଯାତ୍ରା କରିବା ନେଇ ହାଇକୋର୍ଟରେ ହୋଇଥିବା ସମସ୍ତ ଆବେଦନକୁ ଖାରଜ କରିଦେଇଛନ୍ତି କୋର୍ଟ ।

ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ସ୍ଥିତ ବଳଦେବଜୀଉଙ୍କ ରଥଯାତ୍ରା ଲାଗି ହାଇକୋର୍ଟରେ ପିଟିସନ ଦାୟର ହୋଇଥିଲା । ଦାୟର ପିଟିସନକୁ ଅଗ୍ରାହ୍ୟ କରିଛନ୍ତି ହାଇକୋର୍ଟ । ରାଜ୍ୟର ଆଉ କେତେକ ସ୍ଥାନରେ ରଥଯାତ୍ରା ପାଇଁ ମଧ୍ୟ ହାଇକୋର୍ଟରେ ଆବେଦନ ହୋଇଥିଲା । ତେବେ ଏହିସବୁ ପିଟିସନର ଶୁଣାଣି କରି ରାଜ୍ୟ ରାଜ୍ୟ ସରକାରଙ୍କ ଦ୍ଵାରା ଜାରି ହୋଇଥିବା ନିର୍ଦ୍ଦେଶନାମାକୁ କାୟମ ରଖିଛନ୍ତି ହାଇକୋର୍ଟ ।

ଗତବର୍ଷ ସୁପ୍ରିମକୋର୍ଟ ପୁରୀରେ କୋଭିଡ୍ ଗାଇଡଲାଇନ୍ ଅନୁଯାୟୀ ରଥଯାତ୍ରା ପାଳନ କରିବାକୁ ଅନୁମତି ଦେଇଥିଲେ । ତେବେ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ କୋଭିଡ୍ ଗାଇଡଲାଇନ୍ ଅନୁସାରେ ପୁରୀରେ ରଥଯାତ୍ରା ପାଳନ ହେବ । ଚଳିତବର୍ଷ ପୁରୀରେ ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଏବଂ ରଥଯାତ୍ରା ପାଳନ କରାଯିବ ।

   Related Posts