ଆଜି ଦିନ ସାରା ଉତ୍କଳ ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ସହ ରହିବେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ

Published By : Prameya-News7 Bureau | September 19, 2019 IST

ଭୁବନେଶ୍ବର ୧୯।୯: ଆଜି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଉତ୍କଳ ବିଶ୍ବ ବିଦ୍ୟାଳୟ ଅଚାନକ ପରିଦର୍ଶନ କରିଛନ୍ତି । ଛାତ୍ରଛାତ୍ରୀମାନଙ୍କର ବିକ୍ଷୋଭ ପରେ ମନ୍ତ୍ରୀ ଗସ୍ତ କରିଛନ୍ତି । ହଷ୍ଟେଲର ଭିତ୍ତିଭୂମି ଓ ଅନ୍ୟାନ୍ୟ ବିଷୟରେ ପଚାରି ବୁଝିଛନ୍ତି । ଏହାସହ ଅନ୍ୟାନ୍ୟ କାର୍ଯ୍ୟଗୁଡ଼ିକର ମଧ୍ୟ ସମୀକ୍ଷା କରିଛନ୍ତି ।

ମନ୍ତ୍ରୀ ଅରୁଣ ସାହୁ ଆଜି ଦିନ ସାରା ବିଶ୍ଵ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ସହ ରହିବେ । ବିଶ୍ବବିଦ୍ୟାଳୟ ବିକାଶ ପାଇଁ କୋଟି କୋଟି ଟଙ୍କା ଆସୁଛି କିନ୍ତୁ ତାହା କଣ ପାଇଁ ବିକାଶ କାର୍ଯ୍ୟରେ ଲାଗି ପାରୁନାହିଁ ତାହାକୁ ନେଇ ବିରକ୍ତ ପ୍ରକାଶ କରିବା ସହ ତୁରନ୍ତ ଏହି ପାଣ୍ଠିକୁ ବିନିଯୋଗ ପାଇଁ ତାଗିଦ କରିଛନ୍ତି ମନ୍ତ୍ରୀ । ମନ୍ତ୍ରୀ ଅରୁଣ ସାହୁଙ୍କ ସହ ସ୍ଥାନୀୟ ଉତ୍ତର ବିଧାୟକ ସୁଶାନ୍ତ ରାଉତ ମଧ୍ୟ ଉପସ୍ଥିତ ଅଛନ୍ତି ।

ସୂଚନାଯୋଗ୍ୟ ଯେ, ଗତ ଦୁଇ ଦିନ ତଳେ ୧୦ ଦଫା ଦାବିରେ ଛାତ୍ରଛାତ୍ରୀମାନେ କୁଳପତିଙ୍କୁ ଘେରିଥିଲେ । କୁଳପତିଙ୍କ କାର୍ଯ୍ୟାଳୟକୁ ଧସେଇ ପଶିବାକୁ ଉଦ୍ୟମ କରିବା ସହିତ ସେଠାରେ ବସି ନାରାବାଜି ମଧ୍ୟ କରିଥିଲେ । ପରିସ୍ଥିତି ଅଣାୟତ ହେବାରୁ ଭୁବନେଶ୍ବର ଡିସିପି ନିଜେ ପହଁଚି ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.