୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ସର୍ବାଧିକ ୧୨୫୨୩ ପଜିଟିଭ୍

Published By : Prameya-News7 Bureau | May 21, 2021 IST

ଭୁବନେଶ୍ୱର ୨୧।୦୫ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୫୨୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୬୮୪୨୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୦୧୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୫୧୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୩୦ଜଣ, ବାଲେଶ୍ୱର ଜିଲ୍ଲାରୁ ୫୧୦ଜଣ, ବରଗଡ଼ ଜିଲ୍ଲାରୁ ୩୧୫ଜଣ, ଭଦ୍ରକ ଜିଲ୍ଲାରୁ ୧୭୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୯୬ଜଣ, ବୌଦ୍ଧ ଜିଲ୍ଲାରୁ ୩୬୫ଜଣ, କଟକ ଜିଲ୍ଲାରୁ ୧୧୮୪ଜଣ, ଦେଓଗଡ଼ ଜିଲ୍ଲାରୁ ୧୦୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୩୨ଜଣ, ଗଜପତି ଜିଲ୍ଲାରୁ ୫୩ଜଣ, ଗଞ୍ଜାମ ଜିଲ୍ଲାରୁ ୩୬୯ଜଣ, ଜଗତସିଂହପୁର ଜିଲ୍ଲାରୁ ୩୨୫ଜଣ, ଯାଜପୁର ଜିଲ୍ଲାରୁ ୪୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୭୩ଜଣ, କଳାହାଣ୍ଡି ଜିଲ୍ଲାରୁ ୪୦୧ଜଣ, କନ୍ଧମାଳ ଜିଲ୍ଲାରୁ ୧୦୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯୫ଜଣ, କେନ୍ଦୁଝର ଜିଲ୍ଲାରୁ ୨୩୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୪୨ଜଣ, କୋରାପୁଟ ଜିଲ୍ଲାରୁ ୨୩୩ଜଣ, ମାଲକାନାଗିରି ଜିଲ୍ଲାରୁ ୭୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୪୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୮୩ଜଣ, ନୟାଗଡ଼ ଜିଲ୍ଲାରୁ ୩୧୫ଜଣ, ନୂଆପଡ଼ା ଜିଲ୍ଲାରୁ ୧୨୯ଜଣ, ପୁରୀ ଜିଲ୍ଲାରୁ ୫୬୮ଜଣ, ରାୟଗଡ଼ା ଜିଲ୍ଲାରୁ ୩୨୧ଜଣ, ସମ୍ବଲପୁର ଜିଲ୍ଲାରୁ ୪୦୦ଜଣ, ସୋନପୁର ଜିଲ୍ଲାରୁ ୨୦୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୧୫ଜଣ , ଷ୍ଟେଟ୍‌ ପୁଲ୍‌ରୁ ୩୨୪ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୬୮୪୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୯୪୩୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୫୬୫୦୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୧୮୦୬୪୯ସାମ୍ପୁଲ ଟେଷ୍ଟ୍ ହୋଇଛି ।

wp:html /wp:html wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.