ହିଞ୍ଜିଳି ସମରଝୋଳ ଗ୍ରାମ କଣ୍ଟେନମେଣ୍ଟ୍ ଜୋନ୍ ଘୋଷିତ

Published By : Prameya-News7 Bureau | July 03, 2020 IST

ବ୍ରହ୍ମପୁର, ୦୩|୦୭ :   ଗଞାମ ଜିଲ୍ଲା ହିଞିଳି ବ୍ଳକ୍  ବଡଖଣ୍ଡି ପଞ୍ଚାୟତର ସମରଝୋଳ ଗାଁରେ ଜଣେ ପଜିଟିଭ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ ଗାଁକୁ କଣ୍ଟେନମେଣ୍ଟ୍ ଜୋନ୍ ଭାବେ ଘୋଷଣା କରିଛି ଜିଲ୍ଲା ପ୍ରଶାସନ ।

 ଏହାସହ ସମରଝୋଳ ବଜାର ଓ ବଡଖଣ୍ଡି ଗାଆଁ କୁ ବଫର୍ ଜୋନ୍ ଭାବେ ଘୋଷଣା କରାଯାଇଛି । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଗଞ୍ଜାମ ଜିଲ୍ଲାରେ କରୋନା ସ୍ଥିତି ଅଣାୟତ୍ତ ହୋଇଯାଇଛି । ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିଚାଲିଛି । ୨୪ ଘଣ୍ଟା ମଧ୍ୟରେ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୪୯ ଜଣ କରୋନା ଯୋଦ୍ଧା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲ୍ଲାପାଳ ଟ୍ବିଟ୍ ଯୋଗେ ଜଣାଇଛନ୍ତି ।

ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରେ କରୋନା ଯୋଦ୍ଧା ୧୪ ଏବଂ ବ୍ରହ୍ମପୁର ସହରରୁ ୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲ୍ଲାରେ ମୋଟ୍ ୧୮୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୪୨ଟି ଆକ୍ଟିଭ୍‌ କେସ୍‌ ରହିଛି । ସେହିପରି ୧୦୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.