ଖୋଲିଲା ହୀରାକୁଦ ଜଳଭଣ୍ଡାରର ଗେଟ୍, ଛଡାଗଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ

Published By : Prameya-News7 Bureau | July 11, 2021 IST

ସମ୍ବଲପୁର ୧୧।୭: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଗେଟ୍ । ଛଡାଗଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ । ଜଳଭଣ୍ଡାରରେ କ୍ରମାଗତ ଭାବେ ଜଳସ୍ତର ବଢୁଥିବାରୁ ଜଳଭଣ୍ଡାରର ଗେଟ୍ ଖୋଲିବା ନେଇ ନିଷ୍ପତ୍ତି ନେଇଥିଲେ ଡ୍ୟାମ୍ କର୍ତ୍ତୃପକ୍ଷ । ପ୍ରଥମେ ୭ ନମ୍ବର ଗେଟ୍ ଖୋଲିଥିବା ବେଳେ ପର୍ଯ୍ୟାୟକ୍ରମେ ୨ଟି ଗେଟ୍ ଖୋଲିଛି । ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଆଉ କେତୋଟି ଗେଟ୍ ଖୋଲିବ ସେନେଇ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ।

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଉଥିବାରୁ ତଳମୁଣ୍ଡର ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତେବେ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବରେ ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନେଇଛନ୍ତି ଡ୍ୟାମ୍‌ କର୍ତ୍ତୃପକ୍ଷ । ଫଳରେ ନଦୀ ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.