Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଖୋଲିଲା ହୀରାକୁଦ ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

25/06/2020 at 10:19 AM

ସମ୍ବଲପୁର ୨୫।୦୬: ଖୋଲିଲା ହୀରାକୁଦ ଜଳଭଣ୍ଡାରର  ଗେଟ୍ । ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡ଼ାଯାଇଛି । ଆଜି ପୂଜାର୍ଚ୍ଚନା ପରେ ପ୍ରଥମେ ୪ଟି ଗେଟ୍ ଖୋଲାଯାଇଛି। ଏହାପରେ ପର୍ଯ୍ୟାୟକ୍ରମେ ୧୦ଟି ଗେଟ୍  ଖୋଲାଯିବ।  ଏଥିପାଇଁ ପୂର୍ବରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା।

କରୋନା କଟକଣା ଯୋଗୁ ଏଥର କେବଳ ବିଧିରକ୍ଷାରେ ପୂଜା ହୋଇଛି ଏବଂ କାହାରିକୁ ସେଠାକୁ ଛଡ଼ାଯାଇ ନାହିଁ। ସାଧାରଣତଃ ହୀରାକୁଦରୁ ଛଡ଼ାଯାଉଥିବା ବନ୍ୟାଜଳ ଖଇରମାଳ ଏବଂ ବରମୁଳ ପହଞ୍ଚିବା ପାଇଁ ୧୨ରୁ ୧୬ ଘଣ୍ଟା ଲାଗିଯାଏ । ୩୬ରୁ ୪୮ ଘଣ୍ଟା ମଧ୍ୟରେ ଏହା ମୁଣ୍ଡୁଳିରେ ପହଞ୍ଚିଥାଏ । ଏଥିପାଇଁ ହୀରାକୁଦ ଗେଟ୍ ଖୋଲିବା ପୂର୍ବରୁ ସେଠାରେ ସତର୍କ ସୂଚନା ଜାରି କରାଯାଏ। ଏନେଇ ଡ୍ୟାମ୍‌  କର୍ତ୍ତୃପକ୍ଷ ତଳମୁଣ୍ଡର ୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛନ୍ତି । ତଳମୁଣ୍ଡରେ ଥିବା ଜିଲ୍ଲାଗୁଡିକରେ ମହାନଦୀ ଭିତରକୁ ମତ୍ସ୍ଯଜୀବୀ ମାନଙ୍କୁ ଯିବା ପାଇଁ ବାରଣ କରାଯାଇଛି ।

   Related Posts