Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ବଢୁଛି ହୀରାକୁଦ ଜଳସ୍ତର, ପ୍ରତି ସେକେଣ୍ଡରେ ପ୍ରବେଶ କରୁଛି ୧୬୭୮୮୦ ଘନଫୁଟ ପାଣି

14/09/2021 at 8:19 AM

ସମ୍ବଲପୁର,୧୪/୦୯: ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି । ସେହିପରି ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ଏବେ ଚିନ୍ତାଜନକ ନଥିଲେ ମଧ୍ୟ କ୍ରମଶଃ ବଢ଼ୁଛି । ସୋମବାର ସନ୍ଧ୍ୟା ୬ଟାବେଳେ ଜଳସ୍ତର ୬୨୫.୧୦ ଫୁଟ ଥିଲା । ପ୍ରତି ସେକେଣ୍ଡରେ ୧,୬୭୮୮୦ ଘନଫୁଟ ଜଳ ପ୍ରବେଶ କରୁଥିବାବେଳେ ନିଷ୍କାସିତ ହେଉଛି ମାତ୍ର ୨୧,୫୦୨ ଘନଫୁଟ ।

ବରମୁଳରେ ୧.୫୫ ଲକ୍ଷ କ୍ୟୁସେକ ଓ ଖଇରମାଳରେ ୧.୧୮ ଲକ୍ଷ କ୍ୟୁସେକ ଜଳ ନିଷ୍କାସିତ ହେଉଥିଲା । ମୁଣ୍ଡୁଳିରେ ସନ୍ଧ୍ୟା ୬ଟାବେଳେ ୭୮,୫୦୦ କ୍ୟୁସେକ ଜଳ ନିଷ୍କାସିତ ହେଉଥିଲା । ଉପକୂଳରେ ଲଗାଣ ବର୍ଷା ପରେ ଆଭ୍ୟନ୍ତରୀଣ ଓଡ଼ିଶାକୁ ବୁଡ଼ାଉଛି ବର୍ଷା । ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ଢେଙ୍କାନାଳ, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଛତିଶଗଡ଼ରେ ବି ଆସନ୍ତା ୨୪ ଘଣ୍ଟା ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ଉପରମୁଣ୍ଡରେ ବର୍ଷା ଆସିଲେ ମହାନଦୀ ଫୁଲିବ । ହାତୀ, ତେଲରେ ପ୍ରବଳ ମାତ୍ରାରେ ପାଣି ଆସିଲେ ମହାନଦୀ ଜଳସ୍ତର ଉପରମୁହାଁ ହେବ ବୋଲି ଅନୁମାନ କରାଯାଉଛି ।

   Related Posts