Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

29/02/2020 at 10:10 AM

ଭୁବନେଶ୍ବର ୨।୨: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ସକାଳ ୮ଟାରେ ଶ୍ରୀମନ୍ଦିର ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି ଶାହ । ଶ୍ରୀଜଗନ୍ନାଥଙ୍କୁ ସ୍ବତନ୍ତ୍ର ପୂଜାର୍ଚ୍ଚନା କରିବା ସହ ମାଗିଛନ୍ତି ଆଶୀର୍ବାଦ । ଶାହାଙ୍କ ଗସ୍ତ ନେଇ ପୁରୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା ।

ଗତକାଲି ଭୁବନେଶ୍ୱରରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପରେ ରାତି ସାଢ଼େ ୯ଟାରେ ଶ୍ରୀକ୍ଷେତ୍ରରେ ପହଞ୍ଚିଥିଲେ ଶାହା । ପୁରୀ ମେ ଫେୟାର ହୋଟେଲରେ ରାତ୍ରିଯାପନ କରିଥିଲେ । ଆଜି ସକାଳୁଶ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ଅମିତ ଶାହ ।

ପୁରୀରୁ ଫେରି ସକାଳ ୧୦ଟା ୪୫ମିନିଟରେ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିବେ । ମନ୍ଦିରରେ ଅଧଘଣ୍ଟା ରହିବାର କାର୍ଯ୍ୟକ୍ରମ ଥିବାବେଳେ ପ୍ରଭୁ ଲିଙ୍ଗରାଜଙ୍କୁ ୧୦୮ ପଦ୍ମଫୁଲ ଅର୍ପଣ କରିବେ । କେନ୍ଦ୍ରମନ୍ତ୍ରୀଙ୍କ ଲିଙ୍ଗରାଜ ମନ୍ଦିର ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥା ମଧ୍ୟ ମଜବୁତ କରି ଦିଆଯାଇଛି । ପ୍ରାୟ ୫ ପ୍ଲାଟୁନ ପୋଲିସ ମୁତୟନ ରହିବେ।

ଦିନ ୧୧ ଟା ୨୫ରେ ଭୁବନେଶ୍ବରରେ ଅତ୍ୟାଧୁନିକ ହସ୍ପିଟାଲ ସମ୍ ଅଲଟିମେଟ୍ କେୟାରର ଉଦଘାଟନ ଉତ୍ସବରେ ଯୋଗଦେବେ ଅମିତ ଶାହା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଯୋଗ ଦେଇ ସମ୍ ଅଲଟିମେଟ୍ ହସ୍ପିଟାଲକୁ ମିଳିତ ଭାବେ ଲୋକାର୍ପଣ କରିବେ । ଏହି ସମୟରେ ସୋଆ ପ୍ରେସିଡେଣ୍ଟ ଡକ୍ଟର ମନୋଜ ରଞ୍ଜନ ନାୟକ ମଧ୍ୟ ଉପସ୍ଥିତ ରହିବେ ।

   Related Posts