Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||

ରବିବାରର ରାଶିଫଳ: ଜାଣନ୍ତୁ ଆସନ୍ତାକାଲି ଛୁଟି ଦିନରେ କେମିତି କଟିବ ଆପଣଙ୍କ ଦିନ

21/11/2020 at 5:28 PM

ମେଷ – ଶନିବାରର ସମସ୍ୟା ରବିବାର ସମାଧାନ ହୋଇଯିବାର ସୂଚନା ରହିଛି । ଆକସ୍ମିକ ବ୍ୟବହୃତ ଜିନିଷ ନ ପାଇବା କାରଣରୁ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

କର୍ମଜୀବି- ପ୍ରଶଂସିତ ହେବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ବୃଷ – ସାଧାରଣ କଥାରୁ ପରିବାରରେ ଅଶାନ୍ତି ସୃଷ୍ଟି ସହ ପଡୋଶୀଙ୍କ ସମ୍ପର୍କରେ ତିକ୍ତତା ଘଟିବ । ଭୁଲ୍ ବୁଝାମଣା ହେତୁ ଜମିଜମା କାରବାରରେ କଳହ ଏବଂ ତର୍କ ବିତର୍କର ସମ୍ମୁଖୀନ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – ବନ୍ଧୁଙ୍କ ବିଷୟରେ ସବୁ ଗୋପବୀୟ କଥା ଜାଣି ସୁଦ୍ଧା ଚୁପ୍ ରହିବାକୁ ବାଧ୍ୟ ହେବେ । ପରିବାରରେ ସନ୍ତାନଙ୍କ ଗୌରବରେ ଗୌରବାନ୍ୱିତ ହୋଇପାରନ୍ତି । ଆତ୍ମପ୍ରଶଂସା କରି ବନ୍ଧୁମାନଙ୍କ ଦ୍ୱାରା ସମାଲୋଚିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଧାର୍ମିକ ହେବେ ।

କର୍କଟ – ଦୀର୍ଘଦିନର ଅଭିଳାଷ ପୂରଣ ହେବାର ମାର୍ଗ ଉନ୍ମୁକ୍ତ ହୋଇଯିବ । ଭୋଗ ବିଳାସ, କଳା ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ଓ ମଉଜ ମଜଲିସ୍ ସକାଶେ ମନ ବଳାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ସୁଖୀ ହେବେ ।

ସିଂହ – ପାରିବାରିକ ସମସ୍ୟା କ୍ରମଶଃ ଜଟିଳ ହୋଇପାରେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ଏବଂ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ଅଫିସରେ ମିଥ୍ୟା ଭାହଣରୁ ସମାଲୋଚନାର ପାତ୍ର ହେବାର ସୂଚନା ଦେଖା ଯାଏ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – ମାନସିକ ସୁସ୍ଥତା ଅକ୍ଷୁର୍ଣ୍ଣ ରହିବ ଓ କାମ ହାସଲରେ ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ କୌଣସି କଥାକୁ ଠିକ୍ ଭାବେ ବିଚାର ନ କରି ଓ ଭୁଲ୍ ନିଷ୍ପତ୍ତି ନେଇ ଅନୁତାପ କରିପାରନ୍ତି ।  ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

କର୍ମଜୀବି- ସମ୍ମାନ ପାଇବେ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ତୁଳା – ଯେଉଁ କାମ କରନ୍ତୁନା କାହିଁକି ପ୍ରତ୍ୟେକ କ୍ଷେତ୍ରରେ ପ୍ରତିରୋଧର ସାମନା କରିବାକୁ ପଡିବ ।  ଅଫିସରେ କୌଣସି ଶ୍ରୁତିରୋଚକ ଖବର ପାଇ ବିସ୍ମୟ ପ୍ରକାଶ କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା – ନିକଟ ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପଛକୁ ଗୋଡ ଟାଣିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଦେଖି ଚାହିଁ କାମ ନ କଲେ ଅସୁବିଧାରେ ପଡିବେ । ଆଶା କରୁଥିବା ଦିଗରୁ ଅର୍ଥ ପାଇବା କଷ୍ଟକର ହୋଇପଡିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଧନୁ – ପାରିବାରିକ ସମସ୍ୟାକୁ ପ୍ରତିହତ କରି ଆଶଙ୍କାକୁ ଦୂରେଇବାରେ ସମର୍ଥ ହେବେ । ଆଶା କରୁଥିବା ଦିଗରୁ ଅର୍ଥ ଓ ଆବଶ୍ୟକ ସହ-ଯୋଗ ମିଳିବନି । ମନୋବଳ ଖୁବ୍ ଟାଣ ରହିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ମକର – ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପତି ସତର୍କ ରୁହନ୍ତୁ ଅନ୍ୟଥା ପସ୍ତେଇବେ । ଦକ୍ଷତା ହେତୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶ୍ରବଣା ନକ୍ଷତ୍ର ବିବାଦୀୟ କଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କୁମ୍ଭ  – କର୍ମ କ୍ଷେତ୍ରରେ ତଥା ପରିବାରରେ ଅଭାବ ଅସୁବିଧା ଭିତରେ କାମ ହାସଲ କରିବାକୁ ପଡିବ । ପରିସ୍ଥିତିବଶତଃ ବନ୍ଧୁଙ୍କ ସକାଶେ  ଅଯଥା କଷ୍ଟ ଅନୁଭବ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ – ନିଜ କାମକୁ ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହେବ କିନ୍ତୁ ଅନ୍ୟମାନଙ୍କ ସାକଶେ ସେହି କାମକୁ ସହଜରେ କରିପାରିବେ। ଅଫିସ କାମରେ ହଠାତ୍ ଦୂର ଯାତ୍ରାର ସୁଯୋଗ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

ରୋଗୀ- ୟୋଗା କରନ୍ତୁ ।

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

   Related Posts