Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ସୋମବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

23/08/2020 at 9:00 PM

ମେଷ – ମନରେ ଅହଂଭାବ ପୋଷଣ କରିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ । ସାମାନ୍ୟ ଚକ୍ଷୁ ପୀଡା ସାମୟିକ ଭାବେ ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ – କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନ ଲାଭ ହୋଇପାରେ । ଲଟେଏରୀ ଉଠାଣ ଫଳ ସପକ୍ଷରେ ଯାଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ – ତର୍କର ସମ୍ମୁଖୀନ ହୋଇପାରନ୍ତି । ଉଦାର ସ୍ୱଭାବର ହେବେ । ଦାରିଦ୍ର‌୍ୟ ଦୂରୀକରନରେ ସହାୟକ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – କର୍ମକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁର ଭାଷା ଅନ୍ୟ ମାନଙ୍କୁ ମୋହିତ କରିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧାର୍ମିକ ହେବେ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।

ସିଂହ – ଆଶାବାଦୀ ଓ ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱଯୁକ୍ତ ହେବେ । ଧନଧାନୟରେ ଭଣ୍ଡାର ପରିପୂର୍ଣ୍ଣ ହେବାର ସୂଚନା ମିଳୁଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା – କାର୍ଯ୍ୟଟିକୁ ଆୟତାଧୀନ କରିପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ରାଜ କୋଷ ଅର୍ଥ ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ତୁଳା – ହାତଛଡା ହୋଇଥିବା କାର୍ଯ୍ୟକୁ ପୁଣି କରାୟତ କରିପାରନ୍ତି । ବ୍ୟାୟାଧିକ ହେବାର ସୂଚନା ମିଳୁଛି । କର୍ମଚଞ୍ଚଳ ରହିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପରକୁ ଆପଣାର କରିବେ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ବିଛା – ବିଭିନ୍ନ ସ୍ତରରୁ ଧନ ଲାଭର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । କର୍ମଚଞ୍ଚଳ ରହିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଧନୁ – ଶ୍ରମ ସାର୍ଥକ ଓ କୁଳଦୀପକ ହେବେ । ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛାଭାବ ରହିବ । ସରକାରୀ ଅର୍ଥ ମିଳିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।

ମକର – ସେବା-ପୂଜାରେ ନିମଗ୍ନ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ଦିନଟି ।ତିବାହିତ କରିପାରନ୍ତି । ସୁଖ-ସମୃଦ୍ଧି ପୂର୍ଣ୍ଣ ଜୀବନ ଯାପନ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କୁମ୍ଭ – ଯାହା କରିବେ, ତାହା ଠିକ୍ ବାଟରେ ଚାଲିବ । ଆମୋଦ-ପ୍ରମୋଦରେ କିଛି ସମୟ ବିତାଇପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ମୀନ – ବିନା ପରିଶ୍ରମରେ ଲାଭବାନ୍ ହେବେ । ସୁଖ-ସନ୍ତୋଷ ଲାଭ କରିପାରନ୍ତି । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

   Related Posts