Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଶୁକ୍ରବାରରେ ଚମକିବ ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟ- ଜାଣନ୍ତୁ ସମ୍ପୂର୍ଣ୍ଣ ରାଶିଫଳ

26/12/2019 at 6:13 PM

ମେଷ – କାର୍ଯ୍ୟରେ ଉନ୍ନତି ଘଟିବ । ଧନକ୍ଷୟ ହେବାର ସୂଚନା ମିଳୁଛି । ଇର୍ଷା ପରାୟଣ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଶାରିରୀକ ଦୁର୍ବଳତା ଅନୁଭବ କରିବେ । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୬ ।


ବୃଷ – ମନରେ ଉଦ୍‌ବେଗ ଜାତ ହୋଇପାରେ । ବନ୍ଧୁ ମିଳନ ଘଟିବାର ସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାକୁ ବ୍ରତଭାବେ ଗ୍ରହଣ କରିବେ । ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୧ ।


ମିଥୁନ – ଦୈନଦିନ କାର୍ଯ୍ୟ ଉପରେ ଗୁରୁତ୍ୱ ଦେବେ । ଦୃଢ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ । ଅଯଥା ଖର୍ଚ୍ଚ କରି ମନସ୍ତାପ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।


କର୍କଟ – କାର୍ଯ୍ୟରେ ପୂର୍ବ ପ୍ରସ୍ତୁତିକୁ ବଦଳାଇ ନୂତନ ପଦକ୍ଷେପ ଗ୍ରହଣ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭ ହୋଇପାରେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।


ସିଂହ – ଗୃହକାର୍ଯ୍ୟରେ ଲାଗି ପଡିବେ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନକୁ ମହାପୁଣ୍ୟ ଭାବେ ବିବେଚନା କରି ଆବଶ୍ୟକ ପଦକ୍ଷେପ ନେବେ । ବ୍ୟକ୍ତିତ୍ୱର ଜ୍ଞାନ-ଗରିମା ପ୍ରକଟିତ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।


କନ୍ୟା – ଶତ୍ରୁ ଚିନ୍ତାରେ ମନ ବ୍ୟସ୍ତ ରହିପାରେ । ଉଚ୍ଚ ଆଶା ଫଳବତୀ ହେବ । ମନ ପ୍ରସନ୍ନ ରହିବ । ଆସ୍ତିକ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ । ଥଣ୍ଡା-କଫ ଦ୍ୱାରା ଆକ୍ରାନ୍ତ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୮ ।


ତୁଳା – ଭାଇ ସହଯୋଗ ପାଇ ତେଜସ୍ମର ହୋଇ ଉଠିବେ । ସୌଭାଗ୍ୟଶାଳୀ ହୋଇପାରନ୍ତି । ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି । ଆବଶ୍ୟକତା ଅନୁସାରେ ଅର୍ଥ ନିଅଣ୍ଟ ହେବ । ଶୁଭ ରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୩ ।


ବିଛା – ଯୋଜନା ଅନୁସାରେ କାର୍ଯ୍ୟରେ ଆଗକୁ ବଢିବେ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଖାଦ୍ୟ ପଦାର୍ଥ ସୁଲଭ ଓ ସୁସ୍ୱାଦୁ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଯୁଦ୍ଧ ବା ମାଲି ମୋକଦ୍ଦମାରେ ବିଜୟୀ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।


ଧନୁ – ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି । ବ୍ୟୟବୃଦ୍ଧିର ସୂଚନା ମିଳୁଛି । ଥଣ୍ଟା- କଫଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଏକାନ୍ତ ରହିବାକୁ ଇଚ୍ଛା କରିବେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୫ ।


ମକର – ଆର୍ଥିକ ଦୁରବସ୍ଥାରେ ସୁଧାର ଆସିବ । କାର୍ଯ୍ୟ ସିଦ୍ଧି ହେବାର ସୂଚନା ମିଳୁଛି । ଯଶସ୍ୱୀ ହେବେ । ଲୋକପ୍ରିୟତା ବୃଦ୍ଧି ହେବ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷରୁ ଅର୍ଥ ପ୍ରାପ୍ତ ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।


କୁମ୍ଭ – ନିର୍ମାଣ କାର୍ଯ୍ୟରେ ଅଗ୍ରଗତି ଘଟିବ । କାର୍ଯ୍ୟର ସଫଳ ରୂପାୟନ କରିବାରେ ସିଦ୍ଧିହସ୍ତ ହେବେ । କୁଳଦୀପକ ହୋଇପାରନ୍ତି । ଦୟାଳୁ ସ୍ୱଭାବର ସମ୍ପନ୍ନ ହେତୁ ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୬ ।


ମୀନ – ଆୟ ବୃଦ୍ଧିର ସୂଚନା ମିଳୁଛି । ସେବା ପୂଜାରେ ମନୋନିବେଶ କରିବେ । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୩ ।

   Related Posts