ଶୁକ୍ରବାର ରାଶିଫଳ: କେମିତି କଟିବ ଦିନ

Published By : Prameya-News7 Bureau | March 20, 2020 IST

ମେଷ – ପରିଶ୍ରମର ଉପଯୁକ୍ତ ମୂଲ୍ୟାଙ୍କନ ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସରେ ସମୟ ଅତିବାହିତ ହୋଇପାରେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ ବିଦ୍ୱାନ୍‌, ସାହସୀ ହୋଇପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।

ବୃଷ – ଲୋକ ସଂପର୍କ ବୃଦ୍ଧି ପାଇବ । ସ୍ୱାଭିମାନୀ ଓ ସହ ଯୋଗୀ ବ୍ୟବସାୟ ଲାଭଜନକ ହେବ । ଯାନବାହନ ଚଳାଚଳ, ଉଚ୍ଚ ସ୍ଥାନ ଆରୋହଣ ଓ ଜଳଯାତ୍ରାରେ ବିପଦ ଅଛି । ସାମାନ୍ୟ ସୁସ୍ଥ ରହିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।

ମିଥୁନ - ବ୍ୟବସାୟ ଲାଭଜନକ ହେବ । ସେବାକୁ ଜୀବନର ବ୍ରତଭାବେ ଗ୍ରହଣ କରିପାରନ୍ତି । ନିଜ କୃତ କର୍ମ ପାଇଁ ଗର୍ବ ଅନୁଭବ କରିବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ଧୀରେ ସୁସ୍ଥେ କାର୍ଯ୍ୟ କଲେ ସଫଳ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

କର୍କଟ – ବନ୍ଧୁ ମିଳନର ସମ୍ଭାବନା ଅଛି । ବଦଖର୍ଚ୍ଚୀ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚକ୍ଷୁ ଯନ୍ତ୍ରଣା ଉପୁଜି ପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

ସିଂହ – ଘାତ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡିବ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି । ପ୍ରତ୍ୟେକ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ଉଦ୍ୟମ ଜାରି ରଖିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୧ ।

କନ୍ୟା – ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଆଶା କରୁ ନ ଥିବା ସ୍ଥାନକୁ ଧନଗମ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

ତୁଳା – ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ଓ ପ୍ରେମୀ ଓ ବୁଦ୍ଧିମାନ୍ ହେବେ । କୃଷି କର୍ମରେ ନିଜକୁ ନିୟୋଜିତ କରିବେ । ଯାନବାହନ ସୁଖ ପାଇବାର ସୂଚନା ମିଳୁଛି । । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।

ବିଛା – ଶୁଭକାର୍ଯ୍ୟ କରିପାରନ୍ତି । ମନ ପ୍ରସନ୍ନ ରହିବ । ଧାର୍ମିକ ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ଥଣ୍ଡା-କଫଜନିତ ସାମାନ୍ୟ ପୀଡା ଅନୁଭବ କରିବେ । ମେଳାପୀ ପ୍ରେମୀ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ଧନୁ – ସୌଭାଗ୍ୟଶାଳୀ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ପ୍ରବାସୀ, ସହନଶୀଳ, ଶାନ୍ତିପ୍ରିୟ, ମଧୁରଭାଷୀ ଓ ଉଦାର ବିଦ୍ୟାପ୍ରେମୀ ହେବେ । ବିଭିନ୍ନ ଦିଗରୁ ଧନ ପ୍ରାପ୍ତ ହେବାର ସୂଚନା ମିଳୁଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ମକର – ଜନସାଧାରଣଙ୍କ କଲ୍ୟାଣଭାଜନ ହୋଇପାରନ୍ତି । ଶ୍ରୀଚନ୍ଦ୍ର ଭୋଗ ହେଉ ଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ବ୍ୟବସାୟ ପାଇଁ ଉଦ୍ୟମ ଜାରି ରଖିବେ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୩ ।

କୁମ୍ଭ - ସାମୟିକ ଭାବେ ମନରେ ନୈରାଶ୍ୟ ଭାବ ଜାତ ହୋଇପାରେ । କର୍ମକ୍ଷେତ୍ରରେ ଚଳ-ଚଞ୍ଚଳ ରହିବେ । ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।

ମୀନ - କାର୍ଯ୍ୟରେ ସଫଳତା ମିିଳିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ଯଶସ୍ୱୀ ଓ ସରକାରଙ୍କ କୃପାପାତ୍ର ସହ କାର୍ଯ୍ୟରେ ଚଳଚଞ୍ଚଳ ହେବେ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୭ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.