ସୋମବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | October 18, 2020 IST

ମେଷ – ଆଜି ଷଷ୍ଠସ୍ଥାନରେ ରବି ଓ ଚନ୍ଦ୍ର ରହିଥିବାରୁ ଆପଣଙ୍କୁ ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରଖିବ ନାହିଁ । କର୍ମକ୍ଷେତ୍ର କଥା ହେଉ ସବୁ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଶୁକ୍ର ପ୍ରଭାବରୁ ସ୍ଥଗିତ କାମକୁ ପୂରା ଦମରେ ସମ୍ପନ୍ନ କରିବାର ମଉକା ଜୁଟିବ । ରବିଙ୍କ ଦୁର୍ବଳତା କାରଣରୁ ପାରିବାରିକ କଳହକୁ ନେଇ ଅଶାନ୍ତି ଲାଗି ରହିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମିଥୁନ - ଚନ୍ଦ୍ରଙ୍କ ପ୍ରତି ରାହୁଙ୍କ ଦୃଷ୍ଟିରୁ ଅଲଗା ସ୍ଥାନରେ ରଖିଦେଇଥିବା ଟଙ୍କା ପାଇସା ନ ପାଇ ବ୍ୟସ୍ତ ହୋଇପାରନ୍ତି । ସରଳ ସମାଦାନ କ୍ଷେତ୍ରରେ ବନ୍ଧୁ ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

କର୍କଟ – ଭାଗ୍ୟସ୍ଥ କର୍ମାଧିପ କାରଣରୁ ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପା, ଅଧସ୍ତନମାନଙ୍କ ସୌହାର୍ଦ୍ଦ୍ୟଜନିତ ମାନସିକ ସ୍ଥିତି ପ୍ରୀତିପ୍ରଦ ରହିବ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ । ଶୁଭ ରଙ୍ଗ ଗ୍ରୀନ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ଚତୁର୍ଥସ୍ଥ କେତୁଙ୍କ କୁପ୍ରଭାବରୁ ଆଜିର ପରିସ୍ଥିତି ଓ ରହୁଥିବା ପରିବେଶ ପ୍ରୀତିପ୍ରଦ ନ ହୋଇପାରେ । ଦୂରଯାତ୍ରା ପାଇଁ ଦିନଟି ବହୁତ ଭଲ । ଶୁଭ ଅଙ୍କ ଧୂସର । ଶୁଭ ଅଙ୍କ ୬ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

କନ୍ୟା – ଆପଣଙ୍କ ଯୁକ୍ତିଯୁକ୍ତ କଥାରେ ପ୍ରତିବାଦୀ ହାର ମାନିବେ ଓ ଆପଣଙ୍କ ଉଦ୍ଦେଶ୍ୟ ପୂରଣ ହୋଇଯିବ । ଆବଶ୍ୟକତା ପୂରଣ କରିବା ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ତୁଳା – ସ୍ୱଗୃହାଭିମୁଖୀ ଏକାଦଶସ୍ଥ ଶୁକ୍ରଙ୍କ ହେତୁ ଶାରୀରିକ ସୁସ୍ଥତା ଅକ୍ଷୁର୍ଣ୍ଣ ରହିବା ସହ ଆପଣଙ୍କ ଅର୍ଥନୈତିକ ଅଭିବୃଦ୍ଧି ଅବଶ୍ୟ ଘଟିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବିଛା – ଅମାବାସ୍ୟାର ଗ୍ରହସ୍ଥିତି ପ୍ରଭାବରେ ଚେଷ୍ଟା କରୁଥିବା କାମରେ ସଫଳତା ପାଇବାରୁ ଆନନ୍ଦ ଅନୁଭବ କରିବେ । ରଚନାତ୍ମକ କାର୍ଯ୍ୟ ଧିମେଇ ଯାଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଧନୁ – ମଙ୍ଗଳ ଚତୁର୍ଥସ୍ଥ ହୋଇ ଶନି ଦୃଷ୍ଟିରେ ଥିବାରୁ ଆଜି ଭଲ କାମ କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଓଲଟା ଫଳ ପାଇବେ । ଆଶା ଜନକ ସୁଫଳ ମିଳିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର – ରାହୁଙ୍କ ସ୍ଥିତିଜନିତ କର୍ମକ୍ଷେତ୍ରରେ ଭୁଲ୍ ବୁଝାମଣା ହେତୁ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ । କୃତିତ୍ୱ ସକାଶେ ପଡୋଶୀମାନେ ପ୍ରଶଂସା କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କୁମ୍ଭ - ଆଜି ମୁଖଭାବସ୍ଥ ମଙ୍ଗଳ ହେତୁ ରୁକ୍ଷ ବ୍ୟବହାର କଳହକୁ ଆମନ୍ତ୍ରଣ କରିବ । ଫଳରେ ଆପଣଙ୍କର ମାନସିକ ଅସୁସ୍ଥତା ହିଁ ଶାରୀରିକ ସୁସ୍ଥତାକୁ ପ୍ରତିହତ କରିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ - ଧନାଧିପତିଙ୍କ ସ୍ଥିତିରୁ ଆର୍ଥିକ ସ୍ଥିତି ସମ୍ପୂର୍ଣ୍ଣ ଭଲ ନ ଥିଲେ ମଧ୍ୟ ବିଶେଷ ମନ୍ଦ ହେବ ନାହିଁ । କିନ୍ତୁ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସୁଖଭାରା ଦିନଟି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.