ଶନିବାରରେ ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ଶୁଭ ଖବର- ଜାଣନ୍ତୁ ସମ୍ପୂର୍ଣ୍ଣ ରାଶିଫଳ

Published By : Prameya-News7 Bureau | April 03, 2020 IST

ମେଷ – ଠାକୁରଙ୍କ କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ । ଶ୍ରମ ସାର୍ଥକ ହୋଇପାରେ । ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । କର୍ମକ୍ଷେତ୍ରରୁ ପ୍ରଚୁର ଲାଭ ମିଳିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ବୃଷ – ଗୃହରେ ସମସ୍ୟା ଦେଖା ଦେଇପାରେ । ମନ ବିଷାଦଭରା ହୋଇପାରେ । ଧର୍ମପ୍ରିୟ ଓ ପାଣ୍ଡିତ୍ୟର ପରିପ୍ରକାଶ ଘଟାଇ ପାରନ୍ତି । ଆଶାବାଦୀ ଓ ଶିଳ୍ପ ବିଦ୍ୟା ପ୍ରିୟ ହେବେ । କ୍ରିୟାଶୀଳ ହୋଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

ମିଥୁନ - ଭଲ ଆୟ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ସ୍ୱାସ୍ଥ୍ୟ ଭଲ ରହିବ । ଚିନ୍ତାଧାରା ଉନ୍ନତ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

କର୍କଟ – ବିବାଦୀୟ ପରିସ୍ଥିତିରୁ ଫାଇଦା ଉଠାଇ ପାରନ୍ତି । ସୁନାମ ଅର୍ଜନ କରିବେ । ଅଯଥା ବିତର୍କରେ ଭାଗ ନ ନେଇ ନୀରବ ଦର୍ଶକ ହେବା ଭଲ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ସିଂହ – ଆୟ ବୃଦ୍ଧିର ସୂଚନା ମିଳୁଛି । ସୁସମ୍ବାଦ ପାଇ ଆନନ୍ଦ ଅନୁଭବ କରିବେ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍‌-କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ଦିନଟି ମଧ୍ୟମ ଧରଣର ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।

କନ୍ୟା – କୌଣସି କାର୍ଯ୍ୟରେ ପଶ୍ଚାତ୍‌ପଦ ହେବେ ନାହିଁ । ସୁସମ୍ବାଦ ପାଇ ଖୁସି ହେବେ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିପାରନ୍ତି । ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।

ତୁଳା – ସେବା କାର୍ଯ୍ୟରେ ମନୋନିବେଶ କରିବେ । ଅଧିକ କ୍ଷମତା ମିଳିବ ଓ ଏହାର ସଦ୍‌-ବ୍ୟବହାର କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ଦେବଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ବିଛା – ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଖର୍ଚ୍ଚାନ୍ତ ହୋଇପାରନ୍ତି । ମିତ୍ରଙ୍କ ସାନ୍ନିଧ୍ୟ ଓ ଧନ ଏବଂ ସୁଖ ମିଳିବ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଯାନବାହନ ଚଳାଚଳରେ ସତର୍କ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

ଧନୁ – ଧନ-ଧାନ୍ୟରେ ମଣ୍ଡିତ ହୋଇପାରନ୍ତି । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ରୁଚିକର ଭୋଜନ ତୃପ୍ତିକର ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।

ମକର – ଦୁଃସାହସିକ ପଦକ୍ଷେପ ନେଇ ପାରନ୍ତି । ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ । ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଶୁଭ ଖବର ପାଇ ଖୁସି ହୋଇପାରନ୍ତି । ଋଣ ପରିଶୋଧ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।

କୁମ୍ଭ - ନିର୍ଭୀକ ଭାବେ କାର୍ଯ୍ୟ ସଂପାଦନ କରିବେ । ଶାସ୍ତ୍ର ଅଧ୍ୟୟନରେ ମନୋନିବେଶ କରିପାରନ୍ତି । ବିଭିନ୍ନ ସୂତ୍ରରୁ ପ୍ରଚୁର ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ମୀନ - ଦିନଟି ଆନନ୍ଦଦାୟକ ହେବ । ବିବାଦରେ ବିଜୟୀ ହେବେ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ପରିଶ୍ରମର ମୂଲ୍ୟ ମିଳିବ । ଭକ୍ତିମାର୍ଗରେ ମନ ବଳାଇ ପାରନ୍ତି । କର୍ମରେ ଦକ୍ଷ ଓ ଚତୁର ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.