ରବିବାରରେ ଲାଭବାନ୍‌ ହେବେ ଏହି ରାଶିର ବ୍ୟକ୍ତି – ଜାଣନ୍ତୁ ସମ୍ପୂର୍ଣ୍ଣ ରାଶିଫଳ

Published By : Prameya-News7 Bureau | February 01, 2020 IST

ମେଷ – କୌଣସି ଅତୀତ ଘଟଣା ମନରେ ବାରମ୍ବାର ଆଲୋଡନ ସୃଷ୍ଟି କରିବାରୁ କୌଣସି କାମ ପ୍ରତି ଉତ୍ସାହ ରହି ନ ପାରେ । ପ୍ରିୟଜନମାନଙ୍କ ସହ ନୂତନ ସ୍ଥାନକୁ ବୁଲି ଯିବାର ସୁଯୋଗ ଲାଭ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

ବୃଷ – ବହୁ ବିଳମ୍ବରେ ସତ୍ତ୍ୱେ କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ନ ହେବାରୁ ମାନସିକ ସ୍ତରରେ ସନ୍ତୁଷ୍ଟ ହୋଇପାରିବେ ନାହିଁ । ଜଣାଶୁଣା ବ୍ୟକ୍ତିଙ୍କ ସହାୟତାରେ ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

ମିଥୁନ - ଆଜିର କର୍ମକ୍ଷେତ୍ରରେ ଭଲ କରିବାକୁ ଯାଇ ଅପଦସ୍ତ ହେବେ । ଏଣୁ ଯାହା କିଛିି କହିବେ ଭାବିଚିନ୍ତି କହିବା ଓ କରିବା ଭଲ ହେବ । ପ୍ରତ୍ୟେକ କ୍ଷେତ୍ରରେ ବଡ ଭାଇପଣିଆ ଦେଖାଇଲେ ଭଲ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

କର୍କଟ – କାର୍ଯ୍ୟବ୍ୟସ୍ତତା କାରଣରୁ ଆପଣ ଖାଇବା ପିଇବାରେ ଅବହେଳା କରି ନିଜର ସ୍ୱାସ୍ଥ୍ୟ ପାଇଁ ନିଜେ ହିଁ ବାଧକ ସାଜିବେ । ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ, ମାତ୍ର ସାମାନ୍ୟ ବାଧାବିଘ୍ନ ଘଟିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।

ସିଂହ – ଆଜି ସକାଳୁ ସକାଳୁ ହଠାତ୍ ବନ୍ଧୁଙ୍କ ଡାକରା ପାଇ ଦୂରଯାତ୍ରା କରିବାକୁ ପଡିପାରେ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ପରିବାରରେ କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସ୍ତରରେ ବିଚଳିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

କନ୍ୟା – ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟରୁ ସମସ୍ୟାର ସରଳ ସମାଧାନ ପୂର୍ବକ ପ୍ରତ୍ୟେକ କାର୍ଯ୍ୟକୁ ଯଥା ସମୟରେ ସମ୍ପନ୍ନ କରିପାରନ୍ତି । ପୂର୍ବାଲୋଚନା ଅନୁଯାୟୀ ବନ୍ଧୁ କଥା ମାନି କାମ କଲେ ସୁବିଧାରେ କାର୍ଯ୍ୟ ହୋଇଯିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୮ ।

ତୁଳା – ଆଜି ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନ୍‌ସନ ଲାଗି ରହିବ । ଆଖି ନ ଦେଖା କଥାକୁ ବିଶ୍ୱାସ କରି ପଦକ୍ଷେପ ନେଲେ ଅସୁବିଧାର ସମ୍ମୁଖୀନ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

ବିଛା – ନିଜର ଅବହେଳା କାରଣରୁ କିମ୍ବା ଅସାବଧନତା ଜନିତ ଦ୍ରବ୍ୟନଷ୍ଟ କିମ୍ବା ଧନ ହାନି ଘଟିପାରେ । କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସ୍ତ୍ରୀଙ୍କ ପ୍ରେରଣା ଲାଭ କରି ଉପକୃତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।

ଧନୁ – କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମରେ ଅଣହେଳା କରିପାରିବେ ନାହିଁ । ସାଂସ୍କୃତିକ କାର୍ଯ୍ୟକ୍ରମ, ସଙ୍ଗୀତ ସମାରୋହ, ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

ମକର – କର୍ମକ୍ଷେତ୍ରରେ ଦୃଢ ପଦକ୍ଷପ ନେଇ ପ୍ରତ୍ୟେକ କାମକୁ ସହଜରେ ସମାପନ କରିପାରିବେ । ବନ୍ଧୁଙ୍କ ପାଖରେ ବହୁତ ଦିନରୁ ରହିଥିବା ଟଙ୍କା ଫେରିପାଇବେ । ଦେହ ଭଲ ରହିଲେ ମଧ୍ୟ ସାମୟିକ ମୁଣ୍ଡ ବ୍ୟଥା ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

କୁମ୍ଭ - ପ୍ରତ୍ୟେକ କ୍ଷେତ୍ରରେ ସମୟୋଚିତ ପଦକ୍ଷେପ ଗ୍ରହଣ କରିବା କାରଣରୁ ପରିବାରରେ ସୁଖ ଶାନ୍ତି ଫେରି ଆସିବ । ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ, ଯାହାକି ମୁଣ୍ଡବ୍ୟଥାର କାରଣ ହୋଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।

ମୀନ - ଆକସ୍ମିକ ବହୁତ ଟଙ୍କା ଖର୍ଚ୍ଚ କରିଥିବା କାରଣରୁ ଆଜି ହଠାତ୍ ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିବ । ଆଜିର କର୍ମକ୍ଷେତ୍ରରେ କ୍ଳାନ୍ତି ଅନୁଭବ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.