Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଟ୍ରକ ମାଡିଯାଇ ୧୪ ଶ୍ରମିକ ମୃତ
  • ||
  • ଧାନ ଖଳାକୁ ଯାଇଥିଲେ ନିରଞ୍ଜନ, କଚାଡି ମାରିଦେଲା ହାତୀ
  • ||

ରାଶିଫଳ: ଜାଣନ୍ତୁ ଛୁଟି ଦିନରେ କେମିତି ଆପଣଙ୍କ ଦିନ

26/12/2020 at 10:23 PM

ମେଷ – ଆଜି ଯେକୌଣସି କ୍ଷେତ୍ରରେ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ଚାହୁଁଥିବା ଜିନିଷ ପାଇବା ଓ ଆଶା କରୁଥିବା କାମରେ ସଫଳତା ହେତୁ ମାନସିକ ସ୍ଥିତି ଭଳ ରହିବ । ଘରୋଇ ଝମେଲାରୁ ମନ ଭଲ ରହିବ ନାହିଁ । ସକାଳ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ନ ରହିଲେ ହଜିବାର ସମ୍ଭାବନା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ – ଅଟକି ରହିଥିବା କାମଗୁଡିକ ସୁବିଧାରେ ହୋଇଯିବ । ଏଥିପାଇଁ କିଛିଟା ବୁଦ୍ଧିର ଖେଳ ଖେଳିବାକୁ ପଡିପାରେ । ପୁନର୍ବସୁ ନକ୍ଷତ୍ରର ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବାର ସୂଚନା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

କର୍କଟ – ଆଗାମୀ ସମୟର ପରିସ୍ଥିତି ଜଟିଳ ମନେ କରି  ବିବ୍ରତ ବୋଧ କରିପାରନ୍ତି । ଅର୍ଥ ସଂକଟ ହେତୁ ବ୍ୟବଦାୟ ଓ ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ପ୍ରତ୍ୟୁଷରୁ ହଠାତ୍ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡିପାରେ । କଠିନ ପରିଶ୍ରମ କିମ୍ବା ବିଶେଷ ଭ୍ରମଣଜନିତ  କ୍ଳାନ୍ତି ବୋଧ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

କନ୍ୟା – ବାଲ୍ୟବନ୍ଧୁଙ୍କ ଅନୁରୋଧରେ କୌଣସି କାମ କରିବା ସକାଶେ ନିଜକୁ ପ୍ରସ୍ତୁତ କରିପାରନ୍ତି । ଜଣେ ସହକର୍ମୀଙ୍କ ଠାରୁ ଅର୍ଥ  ସାହାର୍ଯ୍ୟ ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ତୁଳା – କୌଣସି ବନ୍ଧୁଙ୍କ ଉପରେ ସାଧାରଣ କଥାରେ ରାଗି ବିବାଦ ବଢିପାରେ । ଗୁରୁଜନଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ନିଜ ଦୋଷରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ-ଯୋଗ ପାଇବେ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୁଖୀ ହେବେ ।

ବିଛା – ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । ଅଫିସ୍ ରେ ଉଚ୍ଚାଧିକାରୀଙ୍କ ପରୋକ୍ଷରେ ସମାଲୋଚିତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସୁଖଭାରା ଦିନଟି ।

ଧନୁ – କର୍ମକ୍ଷେତ୍ରରେ ସହକର୍ମୀଙ୍କ ଠାରୁ କୌଣସି ଖବର ପାଇ ନିଜକୁ ପ୍ରସ୍ତୁତ ରଖିବାକୁ ଚେହ୍‌ଟା କରିବେ । ବନ୍ଧୁଙ୍କ ସହ ଭୁଲ୍ ବୁଝାମଣା ହେତୁକ ସମସ୍ୟାକୁ ସୁଧାରିବାକୁ ଉଦ୍ୟମ ଚଳାଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର – ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ । ମାତ୍ର ତରବରିଆ ଭାବେ ଯାଆନ୍ତୁ ନାହିଁ । ପିଲାମାନଙ୍କ କଳହକୁ କେନ୍ଦ୍ର କରି ପଡୋଶୀ ଲଘୁକ୍ରୋଧ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୮ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

କୁମ୍ଭ  – କର୍ମକ୍ଷେତ୍ରର ସମସ୍ୟା ସମାଧାନ ସକାଶେ ଚେଷ୍ଟା କରି ସଫଳତା ପାଇବେ । ଆର୍ଥିକ ଉନ୍ନତି ଘଟିବ । ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ବାଣିଜ୍ୟ, ବ୍ୟବସାୟ, ପରିବହନରୁ ବହୁତ ଲାଭ ପାଇବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

ମୀନ – ପ୍ରତିବନ୍ଧକ ମଧ୍ୟରେ ବହୁତ ଦିନରୁ ଅଟକି ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ଆନିଷ୍ଠାନିକ କ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚିତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

   Related Posts