Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରବିବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ, ଅର୍ଥହାନୀ ସହ ଅସାଧ୍ୟ ରୋଗରେ ଆକ୍ରାନ୍ତ ହୋଇପାରନ୍ତି ଏହି ରାଶିର ବ୍ୟକ୍ତି

3/10/2020 at 6:06 PM

ମେଷ – ବହୁତ ଦିନ ହେଲା ଅଟକି ରହିଥିବା କାମ ଗୁଡିକ ଯୋଗୁଁ ମାନସିକ ଶାନ୍ତି କେତେକାଂଶରେ ବ୍ୟାହତ ହେବ । ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକମାନଙ୍କୁ ଦାୟୀ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- ଅଧିକା ପାଣିରୁ ହିନସ୍ତା ହୋଇପାରନ୍ତି ।
ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ଅର୍ଥାଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାର୍ଯ୍ୟ କାମକୁ ଆସିବ । ସାଧାରଣ ପରିସ୍ଥିତିରେ ପଡୋଶୀଙ୍କ ସାହ ସମ୍ପର୍କ ବୃଦ୍ଧି ପାଇବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ – ସାମାନ୍ୟ ଅସୁସ୍ଥ ଅନୁଭବ କରିପାରନ୍ତି। ମିଥୁନ ରାଶି ବ୍ୟକ୍ତିଙ୍କର ଅର୍ଥହାନୀ ସହ ଅସାଧ୍ୟ ରୋଗରେ ଆକ୍ରାନ୍ତ ହୋଇପାରନ୍ତି। ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ନୂତନ କର୍ମାରମ୍ଭରେ ସାମାନ୍ୟ ପ୍ରାଥମିକ ପ୍ରତିବନ୍ଧକ ଦେଖା ଦେବ । ପାରିବାରିକ ଅସ୍ଥିରତା, ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ କେତେକ ମାନସିକ ଦ୍ୱନ୍ଦ୍ୱ ଭିତରେ ସମୟ କଟାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

ସିଂହ – ପୂର୍ବାପେକ୍ଷା ପରିସ୍ଥିତି କେତେକାଂଶରେ ଭଲ ହେଲେ ମଧ୍ୟ ପ୍ରତ୍ୟେକ କାମରେ ଅନ୍ତଦ୍ୱନ୍ଦ୍ୱ ଲାଗି ରହିବ । ଆଗାମୀ ମାଙ୍ଗଳିକ କାର୍ଯ୍ୟ ବିଷୟରେ ବ୍ୟସ୍ତ ରହିପାରନ୍ତି । ଶୁଭ ଅଙ୍କ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା – ବନ୍ଧୁଙ୍କ ଜରିଆରେ ଋଣ ସୂତ୍ରରେ ଅର୍ଥ ଲାଭ ପାଇଁ ପ୍ରଯତ୍ନ କରିବେ । ବିଶେଷ ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ତୁଳା – ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଓ ବନ୍ଧୁ ମିଳନ ଘଟିବ । କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ବିଛା – ନିଜର ପ୍ରାଧାନ୍ୟ ରକ୍ଷା କରିବାକୁ ଯାଇ ବନ୍ଧୁମାନଙ୍କ ସହ ମତାନ୍ତରର ସମ୍ଭାବନା ରହିଛି । ପ୍ରିୟଜନମାନଙ୍କ ସାହାର୍ଯ୍ୟରୁ ଅପରାହ୍ନେ ଅଭିଳଷିତ ଜିନିଷ ପାଇପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ଧନୁ – ଆଜି ଦିନ ମଧ୍ୟରେ ଅର୍ଥ ଲାଭ, ସମ୍ମାନ ପ୍ରାପ୍ତି, କାର୍ଯ୍ୟ ସିଦ୍ଧି ହେତୁ ମନ ମଧ୍ୟ ପ୍ରଫୁଲ୍ଲ୍ ରହିବ । ଯେ କୌଣସି କାମ ଆରମ୍ଭ ପୂର୍ବରୁ ସରଳ ବିଶ୍ୱାସ କରି ହାଇରାଣରେ ପଡିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମକର – ସମ୍ପର୍କହାନି କାରଣରୁ କୌନସି ପ୍ରିୟଜନଙ୍କ ସମ୍ପର୍କରେ ଚିନ୍ତା କରିବାକୁ ପଡିପାରେ । ଆଜିର ଯାତ୍ରା, ବାଣିଜ୍ୟ, ବିବାଦିୟ ଘଟଣା, ନିର୍ମାଣ ଓ ପରିବହନ ପାଇଁ ଟେନ୍ସନ ବଢିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ…

କୁମ୍ଭ – ନୂତନ ଗୃହ, ଯାନ ବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢା ବିଦେଶ ଯିବା ସମସ୍ୟା ରହିବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ – ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମାଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ସହଯୋଗୀ ବ୍ୟବସାୟ ଲାଭଜନକ ।
ଗୃହିଣୀ- ସୁଖ ଅନୁଭବ କରିବେ ।

   Related Posts