Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ଶନିବାର ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

10/04/2020 at 6:22 PM

ମେଷ – ବିଶେଷ ଭ୍ରମଣଜନିତ ଦ୍ୱିଜା ନକ୍ଷତ୍ର ଶାରୀରିକ କ୍ଳାନ୍ତି ଓ ଅବସାଦ ଅନୁଭବ କରିବେ । ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାର ସୂଚନା ରହିଛି । ପରିସ୍ଥିତି ଦୁଶ୍ଚିନ୍ତାର କାରଣ ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ବୃଷ – ଆନୁଷ୍ଠାନିକ କାମ ସକାଶେ ରୋହୀଣୀ ନକ୍ଷତ୍ର ଜାତ ବ୍ୟକ୍ତି ବିଶେଷ ଭାବେ ଧାଁ ଧଉଡ କରିବାକୁ ପଡିପାରେ । ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବ । ପୁରାତନ ରୋଗର ପୀଡା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ମିଥୁନ – ଆଦ୍ରା ନକ୍ଷତ୍ରର ସମସ୍ୟା ବଢି ବଢି ଯାଉଥିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ । ପରିବାରର ସମସ୍ୟାକୁ ସଂକୋଚବଶତଃ ବନ୍ଧୁଙ୍କ ନିକଟରେ ମନ କଥା ପ୍ରକାଶ କରିପାରିବେ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
କର୍କଟ – ସହକର୍ମୀଙ୍କ ସହାୟତାରେ ପୁଷ୍ୟା ନକ୍ଷତ୍ର ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା କରିପାରନ୍ତି । ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ । ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ସିଂହ – ମନ କଥାକୁ ମନ ଭିତରେ ରଖି ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ । ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ କରିବା, ବିଭିନ୍ନ ପ୍ରକାରର ଫନ୍ଦି ଫିକର କରିବାକୁ ପଡିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
କନ୍ୟା – ଶୁକ୍ର ଧନଭାବରୁ ଦୁଃସ୍ଥାନସ୍ଥଜନିତ ଅର୍ଥା ଭାବ କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ତରବର ନ ହୋଇ ଧୀର ସ୍ଥିର ମନ ନେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ତୁଳା – ପରିସ୍ଥିତି ଚାପଜନିତ କେତେକ କାମ ବାଧ୍ୟତା ମୂଳକ ଭାବରେ କରିବାକୁ ବାଧ୍ୟ ହେବେ । କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
ବିଛା – ପରିସ୍ଥିତି ବଦଳି ଯାଇଥିବା ଫଳରେ ମନଟା କାହିଁକି କେମିିତି କେମିତି ଲାଗିବ ଓ ଭଲ ଲାଗିବ ନାହିଁ । ସୁବିଧା ସୁଯୋଗ ଥିଲେ ମଧ୍ୟ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଧନୁ – ଉତ୍ତରଉଷାଢା ନକ୍ଷତ୍ର ସକାଶେ ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ସମସ୍ୟାକୁ ବୃଦ୍ଧି କରି ଦେବାର ଆଶଙ୍କା ମଧ୍ୟ ରହିଛି । ଜମିଜମା କାରବାର କିମ୍ବା ରେଜିଷ୍ଟ୍ରେସନ ସମ୍ପର୍କୀୟ ସମସ୍ୟାକୁ ନେଇ ବିବ୍ରତ ରହିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ମକର – ପ୍ରିୟବନ୍ଧୁଙ୍କ ସାହାର୍ଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବାର କୌଣସି ଅସୁବିଧା ରହିବ ନାହିଁ । କିନ୍ତୁ ଶ୍ରବଣା ନକ୍ଷତ୍ର ପାଖ ପଡୋଶୀମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
କୁମ୍ଭ – ପାରିବାରିକ ସ୍ତରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଯଦି କିଛି ଅସୁବିଧା ଅନୁଭବ କରୁଛନ୍ତି ତେବେ ନିଜର ପ୍ରିୟ ବନ୍ଧୁଙ୍କୁ ମିଶାନ୍ତୁ, ସେ ଅବଶ୍ୟ ଆପଣଙ୍କୁ କିଛିଟା ସାହାର୍ଯ୍ୟ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ମୀନ – ଆଜି ପରିବାରରେ ସନ୍ତାନମାନଙ୍କର କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିପାରେ । ଈର୍ଷା ପରାୟଣ ବନ୍ଧୁମାନଙ୍କ ପରୋକ୍ଷ ଶତ୍ରୁତା କାରଣରୁ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇ ପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

   Related Posts