Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଗୁରୁବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

19/08/2020 at 7:36 PM

ମେଷ – ଏକାଧିକ ଗ୍ରହ ସ୍ୱଗୃହୀ ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ଦୃଢ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

ବୃଷ – ଧନାଧିପ ଓ ଶନି ଷଡାଷ୍ଟକ ସ୍ଥିତି କାରଣରୁ କୌଣସି ଦ୍ରବ୍ୟପ୍ରାପ୍ତିରେ ବିଜାତୀୟ ବ୍ୟକ୍ତି ଜଣେ ଅସହଯୋଗ କରିପାରେ । ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ – ଶୁକ୍ର ନକ୍ଷତ୍ରସ୍ଥ ଗୁରୁଙ୍କ ୍େ‌ାଗୁ କର୍ମକ୍ଷେତ୍ରରେ ଥିବା ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କଲେ ସମସ୍ୟା ସମାଧାନ ରାସ୍ତା ଖୋଲିଯିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ – ଧନଭାବସ୍ଥ ବୁଧାଦିତ୍ୟ ଯୋଗରୁ ଅର୍ଥଲାଭ ସଙ୍ଗକୁ ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା କୌଣସି ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ । ଆତ୍ମସମୀକ୍ଷା କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ସ୍ୱରାଶିସ୍ଥ ରବିଙ୍କ ଯୋଗୁ ଦୈହିକ ସୁସ୍ଥତା ସଙ୍ଗକୁ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ । ପରିସ୍ଥିତିରେ ପଡି ହଠାତ୍ ବହୁତ୍ ଗୁଡାଏ ଟଙ୍କା ଖର୍ଚ୍ଚକରିବାକୁ ବାଧ୍ୟ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା – କର୍ମସ୍ଥାନରେ ରାହୁ ଓ ଶୁକ୍ରଙ୍କ ସମ୍ବନ୍ଧରୁ ଯେଉଁ କାମ ହାତକୁ ନେଇଛନ୍ତି ସେଥିରେ ନିଶ୍ଚିତ କୃତକାର୍ଯ୍ୟ ହେବେ । ସ୍ୱାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ତୁଳା – ଚନ୍ଦ୍ର ଓ ବୁଧ ଲାଭଭାବରେ ରହି ଅର୍ଥ ଓ ସମ୍ମାନ ଲାଭ ସହ ସମସ୍ୟା ସମାଧାନ ମାର୍ଗ ଉନ୍ମୁକ୍ତ କରିବେ । ଶୁକ୍ରଙ୍କ ପ୍ରଭାବରୁ ବିଳାସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା – ପୂର୍ବ ସମସ୍ୟା କେତେକାଂଶରେ ସୁଧୁରିଯିବାରୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ । କଥାବାର୍ତ୍ତା ଓ ବ୍ୟବହାରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କହିବା ଭଲ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୁଖଭାରା ଦିନଟି ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଜଳଯାତ୍ରା ମନା ।

ଧନୁ – ଶନିଙ୍କ ସ୍ଥିତି ପ୍ରଭାବରୁ ଆଶା ପୂରଣ ହେବାରେ ଜଣେ ବନ୍ଧୁଙ୍କ ସାହାଯ୍ୟ ମିଳିବ । ବୁଧ କର୍ମଭାବରୁ ଅଷ୍ଟମସ୍ଥ ଯୋଗୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମକର – ପରିସ୍ଥିତି କ୍ରମଶଃ ସୁଧୁରି୍‌ିବାରୁ କାମ କରିବାର ସ୍ପୃହା ଜାଗ୍ରତ ହେବ ଓ ମନୋବଳ କ୍ରମଶଃ ବୃଦ୍ଧି ପାଇବ । ପରିଶ୍ରମର ପାରିଶ୍ରମିକ ପାଇବେ, ଯାହା ଦ୍ୱାରା କି ମନ ଖୁସୀ ହୋଇଯିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କୁମ୍ଭ – ରାହୁଯୁକ୍ତ ଶୁକ୍ର କାରଣରୁ ପରକଥାରେ ମୁଣ୍ଡପୂରାଇଲେ ମନକୁ ଭାରାକ୍ରାନ୍ତ କରିବା ବ୍ୟତୀତ କିଛି ଲାବ ହେବନି । ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବାରୁ ସାମୟିକ ଖୁସୀ ରହିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମୀନ – କର୍ମସ୍ଥାନରେ ପାପଯୁକ୍ତ ବୃହସ୍ପତି ଯୋଗୁ ଯେତେ ଭଲ କାମ କରନ୍ତୁ ନା କାହିଁକି ପରିବାର ମଧ୍ୟରେ ସମାଲୋଚିତ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

   Related Posts