ଗୁରୁବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | December 23, 2020 IST

ମେଷ – ଆଜି ସକାଳୁ ମନରେ ଉତ୍ସାହ ଓ ଉଦ୍ଦୀପନାର ସହ ଯାତ୍ରା ଓ ବନ୍ଧୁମିଳନଜନିତ ଦିନଟି ଉପଭୋଗ୍ୟ ରହିବ । ପାରିବାରିକ ଓ କର୍ମ କ୍ଷେତ୍ରର ପରିସ୍ଥିତି ଅନୁକୂଳ ରହିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ଞ୍ଜ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ବୃଷ – ସ୍ଥଗିତ କାର୍ଯ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତାରେ ବ୍ୟସ୍ତତା ପରିଲକ୍ଷିତ ହେବ । ମଧ୍ୟାହ୍ନରେ ବନ୍ଧୁଙ୍କ ଠାରୁ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନା କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମିଥୁନ - ଦୈହିକ ସ୍ୱାସ୍ଥ୍ୟରେ ଉନ୍ନତି ଓ ଆର୍ଥିକ ଅଭିବୃଦ୍ଧି ସଙ୍ଗକୁ ବନ୍ଧୁବର୍ଗଙ୍କ ସମାଗମରେ ମନ ଖୁସି ରହିବ । ସହକର୍ମୀଙ୍କ ସହ-ଯୋଗରୁ କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍ ଦ୍ରୁତ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।

କର୍କଟ – ଆଜି ଏମିତି କେତେକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିବ, ଯଦ୍ଦ୍ୱାରା ଠିକ୍ ନିଷ୍ପତ୍ତି ନେବା କଷ୍ଟକର ହେବ । କମ୍ରକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ସିଂହ – କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଆପଣ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିପାରନ୍ତି । ଆଲୋଚନା ପରିସ୍ରରେ ଉଚ୍ଚବର୍ଗର ବ୍ୟକ୍ତି ସହ-ଯୋଗ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – ପାରିବାରିକ ଜୀବନରେ ସ୍ନେହ ,ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ । କୌଣସି କାମ ଅଟକିବ ନାହିଁ । ଅପୂରଣୀୟ ଆଶା ପୁରଣ କ୍ଷେତ୍ରରେ ବନ୍ଧୁଙ୍କ ସହ-ଯୋଗରୁ ଉତ୍ସାହିତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – ବିଭିନ୍ନ କାମରେ ସଫଳତା ହାସଲ କରିବାରୁ ମାନସିକ ସ୍ଥିତି ଭଲ ରହିବ । କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶରେ ପଛେଇ ଯିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୁଖଭାରା ଦିନଟି ।

ବିଛା – ଅତୀତର ଘଟଣା ସମ୍ପର୍କରେ ଚିନ୍ତାକରି ଭାରାକ୍ରାନ୍ତ ହେବେ । ଅନାବଶ୍ୟକ କଥାର ପୁନରାବୃତ୍ତିରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ଧନୁ – ଆଜି ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । କଠୋର ବ୍ୟବହାରରୁ ପରିବାରରେ ଅଶାନ୍ତି ଦେଖା ଦେଇପାରେ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର – କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ଭୁଲିଯିଇ ଚିନ୍ତିତ ରହିପାରନ୍ତି । ଯେକୌଣସି ପରିସ୍ଥିତିରେ ଧୈର୍ଯ୍ୟହରା ନ ହେଲେ ଉପକୃତ ହେବେ । ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବାର ଆଶା ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କୁମ୍ଭ - ଆଜି ଆପଣଙ୍କ ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବାରେ ବନ୍ଧୁବର୍ଗ ସହ-ଯୋଗ କରିବେ । କିନ୍ତୁ କୌଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ବିବ୍ରତ କରିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମୀନ - ସକାଳୁ ଦୂରଯାତ୍ରା ସକାଶେ ପ୍ରସ୍ତୁତିପର୍ବ ଶେଷ କରିବାକୁ ବାଧ୍ୟ ହେବେ । ବନ୍ଧୁ ଆଗମନରେ ବିଳମ୍ବ ବିଚଳିତ କରିବ । ଭଲ ପଡୁ ନ ଥିବା ପଡୋଶୀଙ୍କ ଟୀକାଟିପ୍ପଣୀ ମନକୁ ଦ୍ୱିଧାଗ୍ରସ୍ତ କରିପାରେ ।ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.