Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ମଙ୍ଗଳବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

24/08/2020 at 8:39 PM

ମେଷ – ମଘା ନକ୍ଷତ୍ରସ୍ଥ ରବିଙ୍କ ଯୋଗୁ ସକାଳୁ ସକାଳୁ କୌଣସି ଖବର ପାଇ ବିସ୍ମୟାଭିଭୂତ ହୋଇପାରନ୍ତି । ପ୍ରତ୍ୟେକ ଦିଗରୁ ବିଭିନ୍ନ ପ୍ରକାରର ନାସ୍ତିସୂଚକ କଥା ଶୁଣି ମାନସିକ ସ୍ଥିତି ଭଲ ରହିବ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବୃଷ – ଚନ୍ଦ୍ରଙ୍କ ପ୍ରଭାବରେ ପଡୋଶୀଙ୍କ ପରାମର୍ଶାନୁସାରେ କାମ କରି ଉପକୃତ ହେବେ । ଆଜିର ବନ୍ଧୁମିଳନରେ ଆପଣଙ୍କୁ ଅର୍ଥ ଓ ସମ୍ମାନ ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗହିଣୀ- ସଦିଚ୍ଛା ଭାବ ରହିବ ।

ମିଥୁନ – ରବି ଓ ବୁଧ ଉଭୟେ ମଘା ନକ୍ଷତ୍ରରେ ରହିଥିବାରୁ ନିଜର ଦୂରଭିସନ୍ଧି ପୂରଣ କରିବା ସକାଶେ ମିତ୍ରମାନେ ଆପଣଙ୍କର ପ୍ରଶଂସାଗାନ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – ପାପଯୁକ୍ତ ଶୁକ୍ର ଓ କେତୁ ନକ୍ଷତ୍ରସ୍ଥ ବୁଧଙ୍କ ଯୋଗୁଁ ଆପଣ ପୁରୁଣା କଥାକୁ ବାରମ୍ବାର ଦୋହରାଇବା ଠିକ୍ ହେବନି । କର୍ମକ୍ଷେତ୍ରରେ ଅତୀତ ଘଟଣାର ସମୀକ୍ଷା କରୁ ବ୍ୟସ୍ତତା ବୃଦ୍ଧି ପାଇବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ସିଂହ – ଆପଣ ସ୍ୱାଭିମାନୀ ଓ ସହଜରେ ମୁଣ୍ଡନୁଆଁଇବା ବ୍ୟକ୍ତି ନ ହୋଇଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହେବେ । ବନ୍ଧୁଙ୍କ ମାଧ୍ୟମରେ ସମାଧାନ ହୋଇଯିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – ଚନ୍ଦ୍ରଙ୍କ ସୁପ୍ରଭାବରୁ ଆପଣଙ୍କ ତ୍ୟାଗ ଓ ପରୋପକାର ପ୍ରବୃତ୍ତି ଆଧାରରେ ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ । କିନ୍ତୁ କର୍ମକ୍ଷେତ୍ରରେ ଭଲ କଲେ ମଧ୍ୟ ସହକର୍ମୀଙ୍କ ପରୋକ୍ଷ ଶତ୍ରୁତା କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଧାର୍ମିକ ହେବେ ।

ତୁଳା – କର୍ମାଧିପ ଦ୍ୱଦଶସ୍ଥ ଓ ଶତ୍ରୁକ୍ଷେତ୍ରସ୍ଥ ହେତୁ ସମସ୍ୟା ମଧ୍ୟରେ କାର୍ଯ୍ୟ ହାସଲ କରିବେ । ରାଜନୈତିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖୀ ହେବେ ।

ବିଛା – ସପ୍ତମାଧିପତି ଅଷ୍ଟମସ୍ଥ ହେତୁ ଯାତ୍ରାରେ ବିଘ୍ନ, ପରିବାରରେ ଅଶାନ୍ତି, ବ୍ୟବସାୟରେ କ୍ଷତି ଯୋଗୁଁ ମନସ୍ତାପ କରିବେ । ସମସ୍ୟାର ସମାଧାନରେ ଚିନ୍ତା କରି ମନ ବିଭ୍ରାନ୍ତ ରହିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ଧନୁ – ଭାଗ୍ୟସ୍ଥାନରେ ରବି ଓ ବୁଧଙ୍କ ସ୍ଥିତି ଜନିତ ଆଜିର ପ୍ରତ୍ୟୁଷ ଯାତ୍ରା ବେଶ୍ ପ୍ରୀତିପ୍ରଦ ରହିବ । ଉତ୍ତରାଷାଢା ନକ୍ଷତ୍ରର ମାନସିକ ଅସୁସ୍ଥତା କାରଣରୁ କୌଣସି କାମ ସକାଶେ ଉତ୍ସାଜିତ ହୋଇପାରିବେ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖଭାରା ଦିନଟି ।

ମକର – ତିନୋଟିଗ୍ରହ ସ୍ୱଗୃହୀ ହେତୁ ଅନ୍ୟମାନଙ୍କ ସଠିକ୍ ପରାମର୍ଶ ଦେଇ ପ୍ରଶଂସିତ ହେବେ । ଦୀର୍ଘ ଦିନର ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ – ଶାରୀରିକ ସୁସ୍ଥତା ରହିଥିଲେ ମଧ୍ୟ ମାନସିକ ସ୍ଥିତି ତାହାର ଓଲଟା ରହିବ । ଫଳତଃ ଆପଣଙ୍କର ଭୁଲ୍ ନିଷ୍ପତ୍ତି ପ୍ରତ୍ୟେକ କ୍ଷେତ୍ରରେ ଭଲ ବଦଳରେ ସମସ୍ୟାର କାରଣ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ – କେତୁଯୁକ୍ତ ବକ୍ରୀ ବୃହସ୍ପତିଙ୍କ କାରଣରୁ କର୍ମକ୍ଷେତ୍ରର ବିବାଦୀୟ ଘଟଣା ଟିକିଏ ଜଟିଳ ଆଡକୁ ଗତି କରିପାରେ । ଆନୁଷ୍ଠାନିକ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

   Related Posts