Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||

ବୁଧବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

25/08/2020 at 8:05 PM

ମେଷ – ମଙ୍ଗଳଙ୍କ ସପ୍ତମରେ ଚନ୍ଦ୍ର ଯୋଗୁ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ । ସତର୍କତା ଅଭାବରୁ ଧନହାନି ଘଟିବାର ସୂଚନା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – କେତେକ କ୍ଷେତ୍ରରେ ସବୁ କିଛି ଠିକ୍ ଠାକ୍ ଚାଲିଥିଲେ ମଧ୍ୟ ଫଳ ମିଳିବ ଓଲଟା, ଯାହାକୁ ନିଜର ବୋଲି ଖୋଲା ମନ ନେଇ ଗୋପନୀୟ କଥା କହିବେ, ସେ ଦୁର୍ବଳତାର ସୁଯୋଗ ନେଇ ଫାଇଦା ଉଠାଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ – ପାରିବାରିକ ସମସ୍ୟା ହିଁ ଆଜିର ମୁଖ୍ୟ ଦୁଶ୍ଚିନ୍ତାର କାରଣ ହେବ । ଏହା ସାଙ୍ଗକୁ ଦେହ ଭଲ ନ ଲାଗିବା କାରଣରୁ ମଧ୍ୟ ନିରୁତ୍ସାହିତ ରହିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କର୍କଟ – ଶୁକ୍ର ପାପଗ୍ରହ ରାହୁ ଯୁକ୍ତ କାରଣରୁ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ଆର୍ଥିକ ଅବସ୍ଥା ଭଲ ନ ହେଲେ ମଧ୍ୟ ମନ୍ଦ ହେବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ବୁଧାଦିତ୍ୟ ଯୋଗ ପ୍ରଭାବରେ କୌଣସି ବନ୍ଧୁଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ଆଜି ଯୋଡି ହୋଇଯିବ । କାମ ହାସଲ ପରିପ୍ରେକ୍ଷୀରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କନ୍ୟା – ଚତୁର୍ଥସ୍ଥ କେତୁ ଯୁକ୍ତ ବୃହସ୍ପତି କାରଣରୁ ପରିବେଶ ଓ ପରିସ୍ଥିତି ବଦଳିଯିବ । ଲୋଭନୀୟ ପ୍ରତିଶ୍ରୁତି ମାଧ୍ୟମରେ ଯାହାକୁ ନିଜ ସପକ୍ଷରେ ଆଣିବାକୁ ଚାହୁଁଛନ୍ତି, ତାହା ଭଲ ହୋଇ ନ ପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ତୁଳା – ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ ମଧ୍ୟ କରିପାରିବେନି । ବନ୍ଧୁ କିମ୍ବା ସହକର୍ମୀଙ୍କର ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ବିଛା – ଆଜିର ଦ୍ୱାଦଶସ୍ଥ ପ୍ରଭାବରେ ଚନ୍ଦ୍ର ଆତ୍ମୀୟସ୍ୱଜନମାନଙ୍କ ଅନାଦାର ଭାବ ଓ ବେଖାତିର କଥାରୁ ଦୁଶ୍ଚିନ୍ତା ବଢିଯିବ । ହଠାତ୍ ଆରମ୍ଭକରିବାକୁ ମନସ୍ଥ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ପାଠପଢା ବିଦେଶ ଯିବା ସମସ୍ୟା ରହିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ଧନୁ – ଆଜି ଦିନସାରା କଠୋର ପରିଶ୍ରମଜନିତ ଶାନ୍ତିର ସୁନିଦ୍ରା ମଧ୍ୟ ନ ହୋଇପାରେ । କୌଣସି ନୂତନ କର୍ମାରମ୍ଭ ପରିକଳ୍ପନା କରିପାରନ୍ତି । ଉତ୍ତରାଷାଢା ନକ୍ଷତ୍ରର ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ସୁଖଭାରା ଦିନଟି ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।

ମକର – ଆଜିର ଯାତ୍ରା, ବାଣିଜ୍ୟ, ବିବାଦୀୟ ପରିସ୍ଥିତି, ଆଲୋଚନା, ସଭାସମିତି ପ୍ରଭୃତିରୁ ସନ୍ତୋଷଜନକ ଫଳ ପାଇବେ । ଚଳଚ୍ଚିତ୍ରାଦି କ୍ଷେତ୍ରରେ ସମସ୍ୟା ହଟିଯିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ପାଠପଢା ବିଦେଶ ଯିବା ସମସ୍ୟା ରହିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ – ଆଜିର କାମଗୁଡିକ ବହୁତ ବିଳମ୍ବିତ ସମୟରେ ସମ୍ପନ୍ନ ହେବ । ଅନ୍ୟମାନଙ୍କ ନିକଟରୁ ସାହାର୍ଯ୍ୟ ଆଶା ନିରର୍ଥକ ହୋଇପାରେ । ସ୍ୱାସ୍ଥ୍ୟରେ ଉତ୍ତମ ପରିଲକ୍ଷିତ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖୀ ହେବେ ।

ମୀନ – ଆଜିର ଗ୍ରହସ୍ଥିତି ଆପଣଙ୍କୁ ତ୍ୱରିତ୍ ନିଷ୍ପତ୍ତି ନେବାରେ ସହାୟକ ହେବ ନାହିଁ । କୌଣସି ମନ୍ଦ ଉଦ୍ଦେଶ୍ୟ ରଖି ଶତ୍ରୁମାନେ ମିତ୍ରଭଳି ଆଚରଣ କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

   Related Posts