Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ବୁଧବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

28/07/2020 at 7:22 PM

ମେଷ – ଅଟକି ରହିଯାଇଥିବା କାର୍ଯ୍ୟଗୁଡିକ ତ୍ୱରାନ୍ୱିତ ହେବାରେ ବନ୍ଧୁ ସାହାର୍ଯ୍ୟ କରିବେ । କୃଷି, ବାଣିଜ୍ୟବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା ସଫଳ ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବୃଷ – କ୍ଷେତ୍ରସିଂହାସନ ଯୋଗ ପ୍ରଭାବରେ କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବୃଦ୍ଧି ପାଇବ । ନିଜ ସମ୍ପର୍କୀୟ ବନ୍ଧୁମାନଙ୍କ ସହାୟତା ଲାଭ କରି କାର୍ଯ୍ୟ ହାସଲ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ – ବନ୍ଧୁମାନଙ୍କ ସହାନୁଭୂତିର ସୁଯୋଗ ଲାଭ କରି ନିଜକୁ ଧନ୍ୟ ମନେ କରିବେ । ଯେଉଁ କାମଟିକୁ ଆଜି ଯାଏ ଆପଣ କରି ପାରୁ ନ ଥିଲେ ଆଜି ତାହା ସୁବିଧାରେ ହୋଇଯିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- ଶୁଭ ଫଳ ପାଇ ପାରନ୍ତି ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ର୍କକଟ – ଉପରିସ୍ଥଙ୍କ ସହୃଦୟତାରୁ କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ । କେତେକ କ୍ଷେତ୍ରରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ସିଂହ – ଆଜି ପରିବାରର କିଛି ଅଭାବ ଓ ଅସୁବିଧାକୁ ନେଇ ସରଗରମ ଆଲୋଚନା ହୋଇପାରେ । ଉଚ୍ଚପଦାଧିକାରୀଙ୍କ କ୍ରୋଧରୁ କିଛିଟା ହଇରାଣ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଥଣ୍ଡ-କଫ ଜନିତ ସାମାନ୍ୟ ପୀଡା ରହିବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କନ୍ୟା – ବିଭିନ୍ନ ସମସ୍ୟାରେ ଭାରାକ୍ରାନ୍ତ ମନ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ବିଷମ ପରିସ୍ଥିତିରେ ବନ୍ଧୁଙ୍କ ଠାରୁ ପ୍ରତ୍ୟୁପକାର ଆଶା ନିରର୍ଥକ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – ଭୁଲ୍ ବୁଝାମଣାରୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗି ରହିବ । ସାମ୍ବାଦିକତାରେ ପ୍ରଂଶସିତ ହେବେ । ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ ସମସ୍ୟାରୁ ମୁକୁଳୀବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା – ସ୍ୱାସ୍ଥ୍ୟଗତ କେତେକ ସମସ୍ୟା ମନକୁ ନିରୁତ୍ସାହିତ କରିପାରେ । ସାଧାରଣ କଥାରେ ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । ସମସ୍ୟା ବୃଦ୍ଧି ପାଇବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ଧନୁ – ସହକର୍ମୀ କିମ୍ବା ଆତ୍ମୀୟମାନଙ୍କ ସାହାର୍ଯ୍ୟ ସହ-ଯୋଗର ଅଭାବ ରହିବ ନାହିଁ । ଅଫିସରଙ୍କ ସମ୍ମୁଖରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଛାତ୍ରଛାତ୍ରୀ- ଜ୍ଞାନ-ଗରିମା ବୃଦ୍ଧି ହେବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ପରୋକ୍ଷ ଶତ୍ରୁତା , ଧାର କରଜ, ପିଲାମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । ଆଦୌ ପଡୁ ନ ଥିବା ଲୋକମାନେ ଗୁଣଗାନ କରିବା ବଦଳରେ ନିନ୍ଦା କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କୁମ୍ଭ – ବନ୍ଧୁଙ୍କ ଶତ୍ରୁତା , ପୁଅ ଝିଅଙ୍କ ବାହାଘର ସମସ୍ୟା ନେଇ ବ୍ୟସ୍ତ ରହିବେ । ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବା ଦିଗରେ ଜଣେ ପୂର୍ବବନ୍ଧୁ କିଛି ଖବର ନେଇ ଆସିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ – କର୍ମକ୍ଷେତ୍ରରେ ମନ୍ଥର ଗତି ଦେଖା ଦେଇପାରେ କିନ୍ତୁ କୌଣସି କାମ ଅଟକିବ ନାହିଁ । ରାଜନୈତିକ ଚାପର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- କୃଷି କର୍ମକାରୀ ହେବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ଶତ୍ରୁହନ୍ତା ହେବେ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

   Related Posts