Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : ଖସୁଛି କରୋନା ଗ୍ରାଫ, ଦେଶରେ ଗତ ୨୪ଘଣ୍ଟାରେ ୩୬୬୦୪ ନୂଆ କୋଭିଡ଼ ଆକ୍ରାନ୍ତ ଚିହ୍ନଟ
  • ||

ବୁଧବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

20/10/2020 at 5:38 PM

ମେଷ – ଆଜି ସପ୍ତମଭାବସ୍ଥ ଗ୍ରହମାନଙ୍କୁ ଶନି ଓ ମଙ୍ଗଳ ଦେଖୁଥିବାରୁ ସ୍ତ୍ରୀଙ୍କ ସ୍ୱାସ୍ଥ୍ୟ, ପରିବାର, ବାଣିଜ୍ୟ, ବ୍ୟବସାୟ, ଯାନ ବାହନ ପ୍ରତି ସତର୍କ ରହିବା ଭଲ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଶୁକ୍ରଙ୍କ ସହ ଶନିଙ୍କ ଷଡାଷ୍ଟକ ସ୍ଥିତିଜନିତ ବିଳମ୍ବିତ ସମୟରେ କାମ ହାସଲ ହେବ । କୌଣସି ନୂତନ କର୍ମାରମ୍ଭ କରିବା ସକାଶେ ମନ ବଳାଇବେ, ଯାହା କି ସମସ୍ୟା ବହୁଳ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – ଧନାଧିପତିଙ୍କ ଶୁଭତ୍ୱ ପ୍ରଭାବରୁ ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ । କୌଣସି ବିବାଦୀୟ ମନ୍ତବ୍ୟକୁ କେନ୍ଦ୍ର କରି ପରିବାର ଭିତରେ ଝଡ ଉଠିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – ରବିଙ୍କ ଦୁର୍ବଳତା କାରଣରୁ ଅଭାବ ନ ଥିଲେ ମଧ୍ୟ ଆକସ୍ମିକ ଅର୍ଥ ଅବାବରୁ କାମଟି ସମ୍ପୂର୍ଣ୍ଣ ହେବ ନାହିଁ । ସହ-ଯୋଗ ନ ଥିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ତୃତୀୟଭାବସ୍ଥ ମଙ୍ଗଳ ଦେଖୁଥିବାରୁ ସମସ୍ୟାର ସମାଧାନ କରିବାର ଧୈର୍ଯ୍ୟ ଓ ସାହସ ଅକ୍ଷିଣ୍ଣ ରହିବ । ବନ୍ଧୁଙ୍କ ଦ୍ୱାରା ଅନୁପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡିପାରେ । ଶୁଭ ଅଙ୍କ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

କନ୍ୟା – ମୁଖଭାବସ୍ଥ ବୁଧାଦିଗ୍ରହଙ୍କ ପ୍ରଭାବରେ କଥାବାର୍ତ୍ତା ଓ ବ୍ୟବହାରରେ ସଂଯମତା ଆଚରଣ ନ କଲେ କଳହ ଲାଗିପାରେ । ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ତୁଳା – କର୍ମାଧିପ ରାଶିରେ ଅବସ୍ଥାନ କରୁଥିବାରୁ ବିଭିନ୍ନ ପ୍ରକାରର କର୍ମ ଜଞ୍ଜାଳର ଚାପରେ ଅତିଷ୍ଠ ହୋଇପାରନ୍ତି । ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିଦ୍ୱନ୍ଦ୍ୱିତା ବଢି ବଢି ଯିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।

ବିଛା – ରାଶିରେ କେତୁ ଗ୍ରହ ଆପଣଙ୍କୁ ଅସୁସ୍ଥମାନସିକତା ଜନିତ ଅପରିଣାମଦର୍ଶୀ କରାଇପାରେ । ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖଭାରା ଦିନଟି ।

ଧନୁ – ଦ୍ୱିତୀୟସ୍ଥ ଶନି ହେତୁ ନିଜ ନିଜର ସ୍ୱାର୍ଥସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଆର୍ଥିକ ସ୍ଥିତି ଭଲ ନ ରହିବା କାରଣରୁ ସାମୟିକ ଭାବେ ଦୁଃଖିତ ରହପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ମକର – ବକ୍ରୀ ମଙ୍ଗଳଙ୍କ ସ୍ଥିତିଜନିତ ପାଖ, ପଡୋଶୀଙ୍କ କୌଣସ ସ୍ପର୍ଶକାତର କଥାରେ ଚିହ୍ନା ପଡିବା ଠିକ୍ ହେବ ନାହିଁ । ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ – ପାପଗ୍ରହମଧ୍ୟସ୍ଥ କର୍ମାଧିପ ଯୋଗୁଁ ସତର୍କରେ ନ ଚଳିଲେ କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ଆପଣ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍ ହେବନି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମୀନ – ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତି ପ୍ରାୟତଃ ଭଲ ରହିବା ସହ ଅର୍ଥନୈତିକ ଅବରୋଧ ହଟିଯିବ । ଯାନ୍ତ୍ରିକ ଜିନିଷ କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭରା ଦିନଟି ।

   Related Posts