ହୋଟେଲ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ୪ ଜଣଙ୍କୁ ଅଟକ ରଖିଲା ପୋଲିସ

Published By : Prameya-News7 Bureau | September 14, 2021 IST

ବ୍ରହ୍ମପୁର ୧୪।୯: ହୋଟେଲରେ କାର୍ଯ୍ୟରତ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ । ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଏକ ହୋଟେଲରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କୁ କେତେକ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିଲେ । ଆକ୍ରମଣର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ଏହି ଭିଜୁଆଲ୍ ଏବେ ଭାଇରାଲ୍ ହେବାରେ ଲାଗିଛି ।

ଉଲ୍ଲେଖଯୋଗ୍ୟ ଯେ, ୩ ଦିନ ପୂର୍ବେ ଏହି ଘଟଣା ଘଟିଥିବା ବେଳେ ବଡବଜାର ପୋଲିସ ୪ ଜଣଙ୍କୁ ଅଟକ ରଖିଥିବା ବେଳେ ଦୁଇଟି ଖଣ୍ଡା ଜବତ କରିଥିବା ସୂଚନା ମିଳିଛି । ତେବେ ଟଙ୍କା ମାଗିବା ଘଟଣାକୁ ନେଇ ଏଭଳି ଆକ୍ରମଣ କରିଥିବା କୁହାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.